Posted inଫୁରସତ

ଏମିତି ଡାଇନିଂ ଦେଖିଲେ

ଏହି ବଡ଼ ମସୃଣ ଅଣ୍ଡାକୃତିର ଜିନିଷଟିକୁ ଦେଖି ଭାବୁଥିବେ ଏତେ ବଡ଼ ଅଣ୍ଡା ପୁଣି କେଉଁଠୁ ଆସିଲା? ତେବେ ପ୍ରକୃତରେ ଏହା ଅଣ୍ଡା ନୁହେଁ, ବରଂ ଏକ ଡାଇନିଂ ଟେବୁଲ ଓ ଚେୟାର ସେଟ୍‌। ଏହାକୁ ଏଭଳି ତିଆରି କରାଯାଇଛି ଯେ, ସବୁଗୁଡ଼ିକୁ ଏକାଠି କରିଦେଲେ ତାହା ଅଣ୍ଡା ପରି ଦେଖାଯାଏ। ତୁର୍କର ପ୍ରଡକ୍ଟ ଡିଜାଇନର୍‌ ଫତିହ କାନ ସରିଓଜ୍‌ଙ୍କ ଦ୍ୱାରା ଡିଜାଇନ୍‌ ହୋଇଥିବା ଏହି ଡାଇନିଂ ଟେବୁଲର ନାଁ ‘କୁରେ ଡାଇନିଂ’ ଟେବୁଲ। ଗୋଲାକାର ଟେବୁଲ ଚାରିପଟେ ଛଅଟି ଚେୟାର ଏଭଳିଭାବେ ଫିଟ୍‌ ହୋଇ ରହିଥାଏ ଯେ, ଚେୟାରଗୁଡ଼ିକୁ ଟାଣି ବାହାରକଲେ ଫୁଲର ପାଖୁଡ଼ା ମେଲିବା ଭଳି ଦେଖାଯାଏ। ଟେବୁଲ ଉପରେ ଲୁକ୍କାୟିତ ଭାବେ ଏକ ପଡ୍‌ ଥାଏ। ତାହା ଖୋଲିଯାଏ ଓ ଏକ ଲମ୍ବା ଏଲ୍‌ଇଡି ଲାଇଟ୍‌ରେ ପରିଣତ ହୋଇଯାଏ। ଫଳରେ ଡାଇନିଂ ଟେବୁଲଟି ଏକ ସ୍ପେସ୍‌ଶିପ୍‌ ପରି ଦେଖାଯାଏ। ତେଣୁ ଏହା କେବଳ ଏକ ଫର୍ନିଚର ନୁହେଁ, ବରଂ ଏହା ଉପରେ ବସି ଖାଇଲେ ବିଜ୍ଞାନଭିତ୍ତିକ ଫିଲ୍ମର ଅନୁଭୂତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri