Odisha Elections 2024
Posted inଜାତୀୟ

ମୁଁ ରେଳ ଟ୍ରାକରେ ମୋର ଜୀବନ ଆରମ୍ଭ କରିଛି: ମୋଦି

ନୂଆଦିଲ୍ଲୀ,୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ଏଥିରେ ୧୦ଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ୍‌ ମଧ୍ୟ ସାମିଲ ଅଛି। ବର୍ତ୍ତମାନ ଭାରତୀୟ ରେଳ ପକ୍ଷରୁ ୪୧ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ ଚଳାଚଳ କରୁଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବଭ୍ରତ, ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଏବଂ ରାଜ୍ୟ ଭାଜପା ମୁଖ୍ୟ ସିଆର୍‌ ପାଟିଲ ମଧ୍ୟ ଉପସ୍ଥିତ ଥିଲେ।
ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକମାନଙ୍କୁ ସମ୍ବୋଧିତ କରିବାବେଳେ କହିଥିଲେ, ମୁଁ ରେଲଓ୍ବେ ଟ୍ରାକରେ ମୋର ଜୀବନ ଆରମ୍ଭ କରିଛି। ଏହି ୧୦ ବର୍ଷର କାମ କେବଳ ଏକ ଟ୍ରେଲର, ମୋତେ ଆହୁରି ଆଗକୁ ଯିବାକୁ ପଡିବ। ସ୍ବାଧୀନତା ପରବର୍ତ୍ତୀ ସରକାରଗୁଡିକ ରାଜବୈତିକ ସ୍ବାର୍ଥକୁ ପ୍ରାଧାନ୍ୟ ଦେଇଥିଲେ; ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ରେଳ ବିଭାଗ ବିକାଶ ହୋଇ ନ ଥିଲା। ପୂର୍ବ ସରକାରମାନଙ୍କ ସହିତ ରେଳ ବିଭାଗ ପ୍ରାଥମିକତା ନ ଥିଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ମଧ୍ୟ କହିଛନ୍ତି, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ରେଳବାଇକୁ ନବୀକରଣ କରାଯିବ। ପୂର୍ବରୁ ରେଳ ସଂରକ୍ଷଣରେ ଦଲାଲ ରହିଆସୁଥିଲା, ପୂର୍ବରୁ କମିଶନ ଖେଳ ଖେଳୁଥିଲା, କିନ୍ତୁ ବର୍ତ୍ତମାନ ସବୁକିଛି ବନ୍ଦ ହୋଇଯାଇଛି। ରେଳବାଇର ନବୀକରଣ ବିକଶିତ ଭାରତର ଗ୍ୟାରେଣ୍ଟି ଅଟେ।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି...

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri