ଦେଶ ସ୍ବାଧୀନତାର ସ୍ବାଦ ଚାଖିନାହାନ୍ତି ଗପଦର ଗ୍ରାମବାସୀ, ଏବେ ବି ଅନେକ ଶିଶୁ ପୁସ୍ତକ ଦେଖିନାହାନ୍ତି, ବିଧାୟକଙ୍କ ସାମ୍ନାରେ…

ଭଞ୍ଜନଗର,୧୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ କଦଳିଆ ନାଳ ଓ ତତ୍‌ ସଲଗ୍ନ ଶାଖା ନାଳଗୁଡ଼ିକର ଜଳ ନିଷ୍କାସନ ନିମନ୍ତେ ଉକ୍ତ ନାଳର ପୁନରୁଦ୍ଧାର ପାଇଁ ରବିବାର ଶିଳାନ୍ୟାସ କରାଯାଇଥିଲା। ଏନେଇ ଭଞ୍ଜନଗର ବ୍ଲକ ଗୋଲାପଡ଼ା ପଞ୍ଚାୟତରେ ଶିଳାନ୍ୟାସ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଉକ୍ତ ନାଳର ପୁନରୁଦ୍ଧାର ପାଇଁ ୩ କୋଟି ୬୩ ଲକ୍ଷ ଟଙ୍କା ବ୍ୟୟ ହେଉଛି। ନାଳ ପୁନରୁଦ୍ଧାର କାର୍ଯ୍ୟ ସରିଲେ ସମ୍ପୃକ୍ତ ଅଞ୍ଚଳର ଚାଷୀମାନେ ତାହାର ସୁଫଳ ପାଇବେ। ରାଜ୍ୟ ସରକାର ଚାଷୀମାନଙ୍କ ଉନ୍ନତି ପାଇଁ ଅନେକ ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହିଭଳି ଭଞ୍ଜନଗର ନିର୍ବାଚନମଣ୍ଡଳୀର ଚାଷୀମାନଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ ଆଲୋଚନା ସମୟରେ କହିଥିଲେ।

ଏଥିସହ ବିଧାୟକ ଭଞ୍ଜନଗରରେ ଏକ ସଭାରେ କହିଥିଲେ, ରାଜ୍ୟର ଏବେବି ଅନେକ ଗ୍ରାମର ଶିଶୁ ପୁସ୍ତକ ଦେଖିନାହାନ୍ତି। ସେମାନଙ୍କ ପାଖରେ ସରକାରୀ ଯୋଜନା ପହଞ୍ଚି ପାରିନାହିଁ। ଭଞ୍ଜନଗର ନିର୍ବାଚନମଣ୍ଡଳୀ ଦୋମୁହାଣି ପଞ୍ଚାୟତ ଗପଦର ଗ୍ରାମବାସୀ ମଧ୍ୟ ଦେଶ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ସ୍ବାଧୀନତାର ସ୍ବାଦ ଜାଣିପାରିନାହାନ୍ତି। ମୁଁ ବିଧାୟକ ନିର୍ବାଚିତ ହେବା ପରେ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲି। ଏହା ପରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉକ୍ତ ଗ୍ରାମର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲି। ବର୍ତ୍ତମାନ ଉକ୍ତ ଗ୍ରାମର ବିକାଶ ଆରମ୍ଭ ହୋଇଛି ବୋଲି ବିଧାୟକ ନାୟକ କହିଥିଲେ।

ଗୋଲାପଡ଼ାଠାରେ ଅନୁଷ୍ଠିତ ଶିଳାନ୍ୟାସ ଉତ୍ସବରେ ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ (ଡ୍ରେନେଜ) ବିଷ୍ଣୁ ପ୍ରସାଦ ପାଣିଗ୍ରାହୀ,ସହକାରୀ ଯନ୍ତ୍ରୀ କାଳୀ ଚରଣ ହୋତା, ଭାଜପା ଘୁମୁସର ସାଙ୍ଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର, ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼, ସମିତିସଭ୍ୟ ପୀତବାସ ପ୍ରଧାନ,ଟୁଟୁ ପ୍ରଧାନ, ସରପଞ୍ଚ ସୁକାନ୍ତ କୁମାର ମଳିକ, ଟୁଟୁ ପ୍ରଧାନ, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା,ଭାଜପା ନେତା ସୁବାସ ବରାଡ଼, ମାନସ ଜେନା, ସୁନନ୍ଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri