ଦେଶ ସ୍ବାଧୀନତାର ସ୍ବାଦ ଚାଖିନାହାନ୍ତି ଗପଦର ଗ୍ରାମବାସୀ, ଏବେ ବି ଅନେକ ଶିଶୁ ପୁସ୍ତକ ଦେଖିନାହାନ୍ତି, ବିଧାୟକଙ୍କ ସାମ୍ନାରେ…

ଭଞ୍ଜନଗର,୧୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ କଦଳିଆ ନାଳ ଓ ତତ୍‌ ସଲଗ୍ନ ଶାଖା ନାଳଗୁଡ଼ିକର ଜଳ ନିଷ୍କାସନ ନିମନ୍ତେ ଉକ୍ତ ନାଳର ପୁନରୁଦ୍ଧାର ପାଇଁ ରବିବାର ଶିଳାନ୍ୟାସ କରାଯାଇଥିଲା। ଏନେଇ ଭଞ୍ଜନଗର ବ୍ଲକ ଗୋଲାପଡ଼ା ପଞ୍ଚାୟତରେ ଶିଳାନ୍ୟାସ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଉକ୍ତ ନାଳର ପୁନରୁଦ୍ଧାର ପାଇଁ ୩ କୋଟି ୬୩ ଲକ୍ଷ ଟଙ୍କା ବ୍ୟୟ ହେଉଛି। ନାଳ ପୁନରୁଦ୍ଧାର କାର୍ଯ୍ୟ ସରିଲେ ସମ୍ପୃକ୍ତ ଅଞ୍ଚଳର ଚାଷୀମାନେ ତାହାର ସୁଫଳ ପାଇବେ। ରାଜ୍ୟ ସରକାର ଚାଷୀମାନଙ୍କ ଉନ୍ନତି ପାଇଁ ଅନେକ ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହିଭଳି ଭଞ୍ଜନଗର ନିର୍ବାଚନମଣ୍ଡଳୀର ଚାଷୀମାନଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ ଆଲୋଚନା ସମୟରେ କହିଥିଲେ।

ଏଥିସହ ବିଧାୟକ ଭଞ୍ଜନଗରରେ ଏକ ସଭାରେ କହିଥିଲେ, ରାଜ୍ୟର ଏବେବି ଅନେକ ଗ୍ରାମର ଶିଶୁ ପୁସ୍ତକ ଦେଖିନାହାନ୍ତି। ସେମାନଙ୍କ ପାଖରେ ସରକାରୀ ଯୋଜନା ପହଞ୍ଚି ପାରିନାହିଁ। ଭଞ୍ଜନଗର ନିର୍ବାଚନମଣ୍ଡଳୀ ଦୋମୁହାଣି ପଞ୍ଚାୟତ ଗପଦର ଗ୍ରାମବାସୀ ମଧ୍ୟ ଦେଶ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ସ୍ବାଧୀନତାର ସ୍ବାଦ ଜାଣିପାରିନାହାନ୍ତି। ମୁଁ ବିଧାୟକ ନିର୍ବାଚିତ ହେବା ପରେ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲି। ଏହା ପରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉକ୍ତ ଗ୍ରାମର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲି। ବର୍ତ୍ତମାନ ଉକ୍ତ ଗ୍ରାମର ବିକାଶ ଆରମ୍ଭ ହୋଇଛି ବୋଲି ବିଧାୟକ ନାୟକ କହିଥିଲେ।

ଗୋଲାପଡ଼ାଠାରେ ଅନୁଷ୍ଠିତ ଶିଳାନ୍ୟାସ ଉତ୍ସବରେ ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ (ଡ୍ରେନେଜ) ବିଷ୍ଣୁ ପ୍ରସାଦ ପାଣିଗ୍ରାହୀ,ସହକାରୀ ଯନ୍ତ୍ରୀ କାଳୀ ଚରଣ ହୋତା, ଭାଜପା ଘୁମୁସର ସାଙ୍ଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର, ଜିଲା ପରିଷଦ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼, ସମିତିସଭ୍ୟ ପୀତବାସ ପ୍ରଧାନ,ଟୁଟୁ ପ୍ରଧାନ, ସରପଞ୍ଚ ସୁକାନ୍ତ କୁମାର ମଳିକ, ଟୁଟୁ ପ୍ରଧାନ, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା,ଭାଜପା ନେତା ସୁବାସ ବରାଡ଼, ମାନସ ଜେନା, ସୁନନ୍ଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri