ମୁଁ ମୋ ସ୍ବାମୀଙ୍କ ସହ ରହିବାକୁ ଚାହୁଁଛି…ଫସିଲେ ପ୍ରସିଦ୍ଧ ସିଙ୍ଗର ଉଦିତ ନାରାୟଣ

ମୁମ୍ବାଇ,୨୧।୨: ବଲିଉଡର ପ୍ରସିଦ୍ଧ ସିଙ୍ଗର ଉଦିତ ନାରାୟଣ ଝା ଶୁକ୍ରବାର ସୁପୌଲ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ତାଙ୍କ ପ୍ରଥମ ସ୍ତ୍ରୀ ରଞ୍ଜନା ନାରାୟଣ ଝା ୨୦୨୨ରେ ବୈବାହିକ ଜୀବନ ପୁଣି ଆରମ୍ଭ ପାଇଁ ମାମଲା ଦାୟର କରିଥିଲେ। ଏହା ପୂର୍ବରୁ ଉଦିତ ନାରାୟଣ ଅନେକ ଥର କୋର୍ଟରେ ଅନୁପସ୍ଥିତ ଥିବାରୁ ଅଦାଲତ ତାଙ୍କୁ ୧୦ ଟଙ୍କା ଜରିମାନା ଆଦାୟ କରିଥିଲେ। ପାରିବାରିକ ଅଦାଲତର ମୁଖ୍ୟ ବିଚାରପତି ରାହୁଲ ଉପାଧ୍ୟାୟ ଉଦିତ ନାରାୟଣଙ୍କୁ ୨୦୨୫ ଜାନୁଆରୀ ୨୮ ସୁଦ୍ଧା ଜବାବ ଦାଖଲ କରିବାକୁ ଶେଷ ସୁଯୋଗ ଦେଇଥିଲେ। ରଞ୍ଜନାଙ୍କ ଓକିଲ ଅଜୟ କୁମାର କହିଛନ୍ତି, ତାଙ୍କ କ୍ଲାଏଣ୍ଟଙ୍କ କୋର୍ଟ ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି ଏବଂ ତାଙ୍କ ଅଧିକାର ସୁରକ୍ଷିତ ରହିବ ବୋଲି ଆଶା ରଖିଛନ୍ତି। ରଞ୍ଜନା ନାରାୟଣ ଝା ତାଙ୍କ ସ୍ବାମୀଙ୍କ ସହ ରହିବାକୁ ଇଚ୍ଛା ପ୍ରକାଶ କରିବା ସହ ବୟସ ଓ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ତାଙ୍କ ସହ ଜୀବନ ବିତାଇବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି, ଯେତେବେଳେ ସେ ମୁମ୍ବାଇରେ ଉଦିତ ନାରାୟଣଙ୍କୁ ଭେଟିବାକୁ ଯାଆନ୍ତି, ସେତେବେଳେ ତାଙ୍କ ପଛରେ ଗୁଣ୍ଡା ଲଗାଯାଏ।
କୋର୍ଟରେ ହାଜର ହେବା ପରେ ରଞ୍ଜନା କହିଛନ୍ତି, ଆଜି କୋର୍ଟରେ ଉଦିତ ନାରାୟଣ କୌଣସି ସମାଧାନକୁ ଅସ୍ବୀକାର କରିବା ସହ ମାମଲା ଲଢ଼ିବେ ବୋଲି କହିଥିଲେ। ବିବାହ ପରେ ମଧ୍ୟ ତାଙ୍କୁ ସ୍ତ୍ରୀର ମାନ୍ୟତା ମିଳି ନ ଥିଲା ଏବଂ ତାଙ୍କୁ ତାଙ୍କ ଅଧିକାରରୁ ବଞ୍ଚିତ କରାଯାଇଥିଲା ବୋଲି ରଞ୍ଜନା ଅଭିଯୋଗ କରିଛନ୍ତି। ଅଦାଲତରୁ ନ୍ୟାୟ ମିଳିବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଏହି ମାମଲା ପୁଣି ଥରେ ବଲିଉଡତାରକାମାନଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ସନ୍ତୁଳନ ରକ୍ଷା କରିବାର ଆହ୍ବାନକୁ ଆଲୋକପାତ କରିଛି । ତେବେ ଏ ନେଇ ଉଦିତ ନାରାୟଣଙ୍କ ପକ୍ଷରୁ କୌଣସି ଆନୁଷ୍ଠାନିକ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କରି ଚମକାଇଦେଲେ ବିଧାୟକ ସାରଦା, ରାଉରକେଲା ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ବର,୧୨।୧୧: ବଡ଼ ଘୋଷଣା କଲେ ରାଉରକେଲା ବିଧାୟକ ସାରଦା ନାୟକ । ୨୦୨୯ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା…

ସେୟାର ବଜାରରେ ଏଣ୍ଟ୍ରି ମାରିବ ହଳଦୀରାମ! ୧୦,୦୦୦ କୋଟି ଟଙ୍କାର IPO ଆଣିବାକୁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୧୨।୧୧: ପାରମ୍ପରିକ ଭାରତୀୟ ମିଠା ଏବଂ ନମକିନ୍ ପ୍ରସ୍ତୁତକାରୀ ପ୍ରମୁଖ କମ୍ପାନୀ ‘ହଳଦୀରାମ ସ୍ନାକ୍ସ ଫୁଡ୍’ ଏହାର ଇନିସିଆଲ୍ ପବ୍ଲିକ୍ ଅଫରିଂ (IPO) ପ୍ରକ୍ରିୟାକୁ ଆନୁଷ୍ଠାନିକ ଭାବେ…

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ଭାରତର ଅଧିନାୟକ ହେବେ ଏହି ଖେଳାଳି, ରଚିବେ ଇତିହାସ

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୪ର୍ଥ ଓ ୫ମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଶ୍ରେୟସ ଆୟର । ପ୍ରଥମ ୩ଟି ମ୍ୟାଚ୍‌ରେ ନିୟମିତ…

ବରଗଡ଼ରେ ମଧୁବାବୁ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ: ୧୫୨୭୭ ଜଣଙ୍କୁ ପେନ୍‌ସନ୍‌ ବାଣ୍ଟିଲେ ମନ୍ତ୍ରୀ

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଯଦୁମଣି ଅଡିଟୋରିୟମରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର! ପାକିସ୍ତାନର ୪ ଖେଳାଳି କଲେ ଏମିତି କାରନାମା, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୨।୧୧: ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନର ଯୁବ ଖେଳାଳିମାନେ ବିଶ୍ୱ କ୍ରିକେଟ ଇତିହାସରେ ଏକ…

ବିବାହ ଖୁସି ଭିତରେ ଆଉ ଏକ ବଡ଼ ଖବର: କାବ୍ୟା ମାରାନଙ୍କୁ ମିଳିଲା ୫୮୫ କୋଟିର ଉପହାର, ଗୋଟିଏ ଦିନରେ ବଢ଼ିଲା…

ନୂଆଦିଲ୍ଲୀ, ୧୨।୧୧: କାବ୍ୟା ମାରାନଙ୍କୁ କିଏ ବା ନ ଜାଣେ! ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦର ମାଲିକାଣୀ ହେବା ସହ ଦେଶର ବଡ଼ ମିଡିଆ ଗ୍ରୁପ ସନ…

ଥରେ ରିଚାର୍ଜରେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?