Posted inଜାତୀୟ

ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚାହୁଁଛି: ଅଶୋକ ଗେହଲଟ…

ଜୟପୁର,୮।୮ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ଚାହୁଁଛନ୍ତି। ମୁଁ ଅନେକ ଥର ଭାବୁଛି କିନ୍ତୁ ରାଜ୍ୟ ମୁଖ୍ୟମନ୍ତ୍ରୀ ପଦ ମୋତେ ଛାଡୁନାହିଁ। ସେ କହିଛନ୍ତି ମୁଁ ଗଣମାଧ୍ୟମ ବ୍ୟକ୍ତିବିଶେଷଙ୍କୁ କହିବାକୁ ଚାହେଁ ମୁଁ ଯାହା ବି କହିବି, ମୁଁ ଚିନ୍ତାକରି କହିବି। ରାଜନୀତିରେ ମୁଁ ପ୍ରତ୍ୟେକ ଶବ୍ଦକୁ ଭଲଭାବେ ଯାଞ୍ଚ୍‌ କରି କହିଥାଏ। ଭାବ ନାହିଁ ମୁଁ କମେଡି କରୁଛି କିନ୍ତୁ ଏହି ପୋଷ୍ଟ ମୋତେ ଛାଡୁନାହିଁ ।

 

ମୁଁ ଏତେ ବଡ କଥା କହୁଛି, ଏଥିପାଇଁ ମଧ୍ୟ ସାହସ ରହିବା ଆବଶ୍ୟକ । ମୁଁ ହାଇ କମାଣ୍ଡର ନିଷ୍ପତ୍ତି ଗ୍ରହଣ କରେ। ଅଶୋକ ଗେହଲୋଟ ଗତ ୪ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦ ଛାଡିବା ବିଷୟରେ କଥା ହୋଇଛନ୍ତି। ଏହାପୂର୍ବରୁ ୩ ଦିନ ପୂର୍ବରୁସେ ସମାନ କଥା କହିଥିଲେ। ସୋମବାର, ମୁଖ୍ୟମନ୍ତ୍ରୀ ରାଜ୍ୟର ୧୯ ଟି ନୂତନ ଜିଲା ଗଠନ କରିଛନ୍ତି। ଏହି ନୂତନ ଜିଲା ଏବଂ ତିନୋଟି ଡିଭିଜନର କାର୍ଯ୍ୟକାରିତା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହା ସହିତ ବର୍ତ୍ତମାନ ରାଜ୍ୟରେ ଜିଲା ସଂଖ୍ୟା ୫୦ ଛୁଇଁଥିବାବେଳେ ଡିଭିଜନ ସଂଖ୍ୟା ୧୦ରେ ପହଞ୍ଚିଛି।

ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏହି ନିଷ୍ପତ୍ତିକୁ ସିଏମ ଗେହଲଟଙ୍କର ମାଷ୍ଟରଷ୍ଟ୍ରୋକ ଭାବରେ ବିବେଚନା କରାଯାଉଛି। ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିବା ସ୍ଥାନଗୁଡିକରେ ସେ ଏହି ନୂତନ ଜିଲା ଗଠନ କରିଛନ୍ତି। ଗେହଲୋଟଙ୍କର ଘନିଷ୍ଠ ସ୍ବାଧୀନ ବିଧାୟକ ବାବୁଲାଲ ନାଗରଙ୍କର ଡୁଡୁ ଏବଂ ରାମକେଶ ମୀନାଙ୍କ ଗଙ୍ଗାପୁର ସିଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ୟ ଜିଲା ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri