Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ‘ଚାପ କୌଶଳ’ ଯୋଗୁ ମୁଁ ଫସିଗଲି: ରାଜ୍ୟପାଳ

ନୂଆଦିଲ୍ଲୀ,୩୦।୧୦: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ‘ଚାପ କୌଶଳ’ ଯୋଗୁୁ ନଭେମ୍ବର ୨୦୨୧ରେ ଗୋପୀନାଥ ରବିନ୍ଦ୍ରନଙ୍କୁ କନ୍ନୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ପୁନଃ ନିଯୁକ୍ତ କରାଯାଇଥିଲା ବୋଲି ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ ଦାବି କରିଛନ୍ତି। ସୁପ୍ରିମକୋର୍ଟ ରବିନ୍ଦ୍ରନଙ୍କ ନିଯୁକ୍ତିକୁ ବାତିଲ କରିବା ପରେ ଏହି ଦାବି ଆସିଛି।
ସୁପ୍ରିମକୋର୍ଟ ନିଷ୍ପତ୍ତି ପରେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ସମଗ୍ର ଚାପ ସିଏମଓରୁ ଆସିଛି ଏବଂ ବିଜୟନଙ୍କ ଆଇନ ପରାମର୍ଶଦାତା ମୋତେ ପ୍ରଭାବିତ କରିବାକୁ ଚେଷ୍ଟା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବ୍ୟବହୃତ ହୋଇଥିବାରୁ ଶିକ୍ଷା ମନ୍ତ୍ରୀଙ୍କୁ ଦୋଷ ଦେବା ଭୁଲ। ମୋ କାର୍ଯ୍ୟାଳୟକୁ ମନ୍ତ୍ରୀ ନୁହଁନ୍ତି, ବରଂ ଏପରି ଜଣେ ବ୍ୟକ୍ତି ଆସିଥିଲେ ଯିଏ ନିଜକୁ ମୁଖ୍ୟମନ୍ତ୍ରୀଙ୍କ ଆଇନ ପରାମର୍ଶଦାତା ବୋଲି ଦାବି କରିଥିଲେ।
ବର୍ତ୍ତମାନ ପର୍ଯ୍ୟନ୍ତ କେରଳ ସରକାର କିମ୍ବା ମୁଖ୍ୟମନ୍ତ୍ରୀ ଏ ବାବଦରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ବିରୋଧୀଦଳ ନେତା ଭି.ଡି ସାଥେସନ ଏବଂ କଂଗ୍ରେସ ନେତା ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri