Posted inଜାତୀୟ

ସଫେଇ ଦେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ଲକ୍ଷ୍ନୌ,୪।୧୦ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲାରେ ରବିବାର ସ୍ବରାଷ୍ଟ୍ର ରାଜ୍ୟମନ୍ତ୍ରୀ ଅଜୟ କୁମାର ମିଶ୍ରାଙ୍କ ସହ ଆସିଥିବା କାର୍‌ ଆନ୍ଦୋଳନରତ କୃଷକଙ୍କ ଉପରେ ମାଡ଼ି ଯାଇଥିଲା। ଏହି ଦୁର୍ଘଟଣାରେ ୨ ଚାଷୀଙ୍କ ମୃତ୍ୟୁ ହେବା ପରେ ଆନ୍ଦୋଳନକାରୀମାନେ ପୋଡ଼ାଜଳା କରିଥିଲେ। ଏଥିଲାଗି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇଥିବା ବେଳେ ଦୁର୍ଘଟଣା ସମୟରେ ସେ କାର୍‌ରେ ଉପସ୍ଥିତ ନ ଥିବା ସଫେଇ ଦେଇଛନ୍ତି।

”ଆମେ ଯୋଗଦେବାକୁ ଯାଇଥିବା ପ୍ରୋଗ୍ରାମ ପ୍ରାୟ ୩୫ ବର୍ଷ ହେଲା ପାଳନ କରାଯାଉଛି। ଅତିଥିମାନେ ଆସିବା ପରେ ସେମାନଙ୍କୁ ସ୍ବାଗତ କରିବା ପାଇଁ ଆମେ ଦୁଇରୁ ତିନି କାର୍‌ ପଠାଇଥିଲୁ। ମୁଁ କାର୍‌ରେ ନ ଥିଲି। ମୁଁ ବାନଓ୍ବିରପୁର ଗ୍ରାମସ୍ଥିତ ମୋ ପୈତୃକ ଘରକୁ ଯାଇଥିଲି। ସେଠାରେ ଏକ କୁସ୍ତି ମ୍ୟାଚ୍‌ ଆୟୋଜନ ହୋଇଥିଲା। ମୁଁ ସେଠାରେ ସକାଳୁ ଇଭେଣ୍ଟ ଶେଷ ହେବା ପର୍ଯ୍ୟନ୍ତ ଥିଲି“ ବୋଲି ଆଶିଷ ମିଶ୍ରା କହିଛନ୍ତି।

ମୋ ଫର୍ଚ୍ୟୁନର ଚାଷୀଙ୍କ ଉପରେ ମାଡ଼ିଯିବା ଘଟଣାରେ ସତ୍ୟତା ନାହିଁ। ସତ କଥା ହେଲା ଆମ କର୍ମୀମାନେ ଉପ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଯାଇଥିଲେ। ସାମ୍ନାରେ ଥିବା ଏସ୍‌ୟୁଭି ଉପରେ ଚାଷୀମାନେ ଟେକା ମାଡ଼ କରିଥିଲେ। ଫଳରେ ଫର୍ଚ୍ୟୁନର ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ଏଥିରେ ଦୁଇ ଜଣ ଆହତ ହୋଇଥିଲେ, ପରବର୍ତ୍ତୀ ସମୟରେ ସେମାନଙ୍କ ମୃତ୍ୟୁ ହୋଇଥିଲା। ଏଭଳି କାର୍ଯ୍ୟ କରୁଥିବା ଲୋକଙ୍କୁ ଚାଷୀ କୁହାଯାଇ ପାରିବ ନାହିଁ। ଭାରତୀୟ ଚାଷୀ କଦାପି ଏତେ ନିଷ୍ଠୁର ନୁହନ୍ତି। ତେବେ ଏହି ଘଟଣା ପାଇଁ କୃଷକ ସଂଗଠନର ନେତୃତ୍ୱ ଦାୟୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri