Posted inଜାତୀୟ

ମୁଁ ଶିକ୍ଷା ବିଭାଗରେ ଘୁରି ବୁଲୁଛି ଆପଣଙ୍କର ଖୋଜ ଖବର ନାହିଁ: ଶିକ୍ଷାମନ୍ତ୍ରୀଙ୍କୁ ନୀତୀଶଙ୍କ ଫୋନ…

ପାଟନା,୨୬।୯ : ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହଠାତ ମୁଖ୍ୟ ସଚିବାଳୟ ପରିବର୍ତ୍ତେ ବିକାଶ ଭବନରେ ପହଞ୍ଚି ଶିକ୍ଷା ବିଭାଗର ହାଲଚାଲ ବୁଝିଥିଲେ। ଏହା ସେଠାରେ ଉପସ୍ଥିତ ଥିବା ଅଧିକାରୀଙ୍କ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା ।

ବାସ୍ତବରେ, ବିହାରରେ ଆଜିକାଲି ଶିକ୍ଷା ବିଭାଗ ଖବର ଶିରୋନାମାରେ ଅଛି। ଏହାର ଦୁଇଟି କାରଣ ରହିଛି। ପ୍ରଥମଟି ହେଉଛି ଶିକ୍ଷା ମନ୍ତ୍ରୀ ପ୍ରଫେସର ଚନ୍ଦ୍ରଶେଖର ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ କେ.କେ ପାଠକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି। ଦ୍ୱିତୀୟରେ ହେଉଛି ବିହାରରେ ବିଦ୍ୟାଳୟର ସ୍ଥିତି ସୁଧାରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ କେ.କେ ପାଠକଙ୍କ ଦ୍ୱାରାଗୋଟିଏ ପରେ ଗୋଟିଏ ନିଷ୍ପତ୍ତି ନିଆଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଶିକ୍ଷା ମନ୍ତ୍ରୀ ପ୍ରଫେସର ଚନ୍ଦ୍ରଶେଖର ଅନୁପସ୍ଥିତ ଥିବା ଦେଖିବାକୁ ମିଳିଥିଲା। ଏହା ପରେ ସିଏମ ଶିକ୍ଷା ମନ୍ତ୍ରୀଙ୍କୁ ଫୋନ କରି କହିଲେ ମୁଁ ଶିକ୍ଷା ବିଭାଗରେ ଘୁରି ବୁଲୁଛି ଏବଂ ଆପଣ ବାହାରେ। ଆପଣଙ୍କର ଖୋଜ ଖବର ନାହିଁ।

ଶିକ୍ଷା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କେ.କେ ପାଠକ ମଧ୍ୟ ନଥିଲେ। ଏହା ପରେ ସିଏମ ନୀତୀଶ କୁମାର ସ୍ବାସ୍ଥ୍ୟ ବିଭାଗରେ ପହଞ୍ଚି ସେଠାରେ ଯାଞ୍ଚ କରିଥିଲେ ମଧ୍ୟ ସେ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କ ଦେଖା ପାଇ ନ ଥିଲେ।

ଏହା ପରେ ସେ ଶିଳ୍ପ ବିଭାଗକୁ ଯାଇ ସେଠାରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଥିଲେ କେବଳ ଏହି ବିଭାଗରେ ଅଧିକାରୀମାନଙ୍କ ଦେଖା ଠିକ ସମୟରେ ହୋଇଛି।

ମୁଖ୍ୟମନ୍ତ୍ରୀ ନିର୍ମାଣ ମନ୍ତ୍ରୀ ଅଶୋକ ଚୌଧୁରୀଙ୍କ ଅଫିସରେ ପୂର୍ବାହ୍ନ ପ୍ରାୟ ୧୦ ଟା ସମୟରେ ପହଞ୍ଚିଥିଲେ। ସେତେବେଳେ ଅଶୋକ ଚୌଧୁରୀ ସେଠାରେ ଅନୁପସ୍ଥିତ ଥିଲେ। ସିଏମ ପହଞ୍ଚିବାର ଦୁଇ ମିନିଟ ପରେ ମନ୍ତ୍ରୀ ପହଞ୍ଚିବା ପରେ ନୀତୀଶ କହିଥିଲେ ଆଜି ଆପଣ ଅନୁପସ୍ଥିତ ବୋଲି ବିବେଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri