ଭଲ ମଣିଷ ହେବି, ଗରିବଙ୍କୁ ସାହାଯ୍ୟ କରିବି, ଏନ୍‌ସିବିକୁ କହିଲେ ଆର୍ୟନ…

ମୁମ୍ବାଇ,୧୭।୧୦: ଏବେ ମୁଁ ଗୁଡ୍‌ ବୟ ହେବି ବୋଲି କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାଁଙ୍କ ପୁଅ ଆର୍ଯନ ଖାଁ ହେବା ଏନସିବିକୁ ପ୍ରତିଶ୍ରୁତି ଦେଇଛନ୍ତି। ମୁଁ ଜଣେ ଭଲ ମଣିଷ ହେବି, ଗରିବ ଲୋକଙ୍କୁ ସାହାଯ୍ୟ କରିବି ବୋଲି ସେ କହିଛନ୍ତି। ଆର୍ୟନ ବର୍ତ୍ତମାନ ମୁମ୍ବାଇର ଆର୍ଥର ରୋଡ ଜେଲରେ ଅଛନ୍ତି।

ମୁମ୍ବାଇର ସ୍ବତନ୍ତ୍ର ଏନଡିପିଏସ କୋର୍ଟ ଗୁରୁବାର ଆର୍ଯନଙ୍କ ଜାମିନର ରାୟ ସଂରକ୍ଷିତ ରଖିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୨୦ରେ ହେବ। ଏକ ରିପୋର୍ଟ ଅନୁଯାୟୀ, କାଉନସେଲିଂ ସମୟରେ ଆର୍ଯନ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖେଡେଙ୍କୁ ଏଭଳି ପ୍ରତିଶୃତି ଦେଇଛନ୍ତି। ମୁଁ ଜଣେ ଭଲ ବ୍ୟକ୍ତି ହୋଇ ଭଲ କାମ କରିବି ଏବଂ ଦିନେ ତୁମେ ମୋ ପାଇଁ ଗର୍ବ କରିବ ବୋଲି ଆର୍ୟନ କହିଛନ୍ତି।

ଆର୍ଯନ ଏନସିବିକୁ ପ୍ରତିଶୃତି ଦେଇଛନ୍ତି ଯେ ଜେଲରୁ ବାହାରିବା ପରେ ସେ କୌଣସି ଭୁଲ କରିବେ ନାହିଁ। ଏହା ସହିତ ଗରିବ ଏବଂ ଦୁର୍ବଳ ଲୋକଙ୍କନ୍‌ ସହାୟତା କରିବେ। ଆର୍ଯନ ଜେଲରେ୯୫୬ କଏଦୀ ବ୍ୟାଚ ପାଇଛନ୍ତି।
ଅରବାଜ ମର୍ଚାଣ୍ଟ, ମୁମୁନ ଧାମିଚା ଏବଂ ଆର୍ଯନଙ୍କ ସହିତ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଅକ୍ଟୋବର ୨୦ ପର୍ଯ୍ୟନ୍ତ ଜେଲରେ ରହିବାକୁ ପଡ଼ିବ।

ଶାହାରୁଖ ଏବଂ ଗୌରୀ ଆର୍ଯନଙ୍କ ପାଇଁ ଅକ୍ଟୋବର ୧୧ରେ ୪୫୦୦ ଟଙ୍କାର ମନି ଅର୍ଡର ପଠାଇଛନ୍ତି। ଜଣେ କଏଦୀଙ୍କୁ କେବଳ ଏହି ପରିମାଣର ଅର୍ଥ ଜେଲରେ ରଖିବାକୁ ଅନୁମତି ଦିଆଯାଇଛି। ଆର୍ଯନ ଜେଲର ଖାଦ୍ୟକୁ ପସନ୍ଦ କରୁ ନ ଥିବାରୁ ଜେଲ କ୍ୟାଣ୍ଟିନରୁ ଖାଦ୍ୟ ସାମଗ୍ରୀ ଏହି ଟଙ୍କା ଜରିଆରେ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri