‘ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି’

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୫ ଜିଲାର ୧୪୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତ୍‌ସିଂହପୁରର ୧୪ ସ୍କୁଲ, ଦେବଗଡ଼ର ୩୨, ପୁରୀର ୪୮, ବଲାଙ୍ଗୀରର ୨୪ ଓ କେନ୍ଦ୍ରାପଡ଼ାର ୩୦ଟି ସ୍କୁଲ ସାମିଲ ହୋଇଛି। ଏ ପର୍ଯ୍ୟନ୍ତ ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ସୂଚନାଯୋଗ୍ୟ, ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି।
ଏହି ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ। ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରଣର ଲକ୍ଷ୍ୟ । ଜୀବନରେ ସଫଳତା ପାଇଁ ସ୍କୁଲ ହିଁ ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତରଣ କାମ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
୫-ଟି ନୀତି ଉପରେ ମୁଖ୍ୟମନ୍ତ୍ରୀ କହିଲେ, ସ୍କୁଲ ରୂପାନ୍ତର ହେଉଛି ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ଏହି କାର୍ଯ୍ୟକ୍ରମରେ ୫ ଜିଲାର ଛାତ୍ରୀଛାତ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତରଣ ସମ୍ପର୍କରେ ନିଜର ମନକଥା କହିଥିଲେ। ଜଗତ୍‌ସିଂହପୁରର ସୁମିତ୍ରା ସାହୁ, ଦେବଗଡ଼ର ପୀୟୂଷପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗୀରର ଆର଼୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡ଼ାର ସୋନମ ପରଓ୍ବିନ ପ୍ରମୁଖ ଛାତ୍ରୀଛାତ୍ର ଆଲୋଚନାରେ ଭାଗ ନେଇ କହିଥିଲେ, ସ୍କୁଲର ସ୍ବଚ୍ଛ ପରିବେଶ ଓ ସ୍ବଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି। ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି। ସେମାନେ ଭବିଷ୍ୟତରେ କ’ଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇଏଏସ୍‌, ଆଇପିଏସ୍‌ ଅଫିସର, ଡାକ୍ତର, ଇଞ୍ଜିନିୟର ହେବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ଜଗତ୍‌ସିଂହପୁରରେ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଦେବଗଡ଼ରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ବଲାଙ୍ଗୀରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଏବଂ କେନ୍ଦ୍ରାପଡ଼ାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଟିଟିଲାଗଡ଼ ସରକାରୀ ହାଇସ୍କୁଲରୁ ପାଠ ପଢ଼ି ସ୍ବପ୍ନ ପୂରଣ କରିପାରିଛି ଏବଂ ଜିଲା ଓ ରାଜ୍ୟର ବିକାଶରେ କିଛି ଯୋଗଦାନ ରଖିପାରିଛି ବୋଲି କହିଥିଲେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

କେନ୍ଦ୍ରାପଡ଼ାର ୩୦ ରୂପାନ୍ତରଣ ହାଇସ୍କୁଲ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା ଜିଲାର ୩୪୩ଟି ହାଇସ୍କୁଲ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩୦ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ଶନିବାର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ସହରର ବାଳିକା ହାଇସ୍କୁଲଠାରେ ଜିଲାପାଳ ଅମୃତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ରାଜନଗର ବିଧାୟକ ଧ୍ରୁବ ସାହୁ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ଜିଲା ପରିଷଦ ଅଧ୍ୟକ୍ଷ ମାନସ କୁମାର ପରିଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଆଇନମନ୍ତ୍ରୀ ଜେନା ସରକାରୀ ସ୍କୁଲର ୫-ଟି ରୂପାନ୍ତରଣ ପ୍ରତିଭା ବିକାଶରେ ସହାୟକ ହେବ ବୋଲି ପ୍ରକାଶ କରିଥିଲେ।

ସୂଚନାଯୋଗ୍ୟ, ଜିଲାର ଆଳି ନିର୍ବାଚନ ମଣ୍ଡଳୀରେ ୫, କେନ୍ଦ୍ରାପଡ଼ାରେ ୭, ପାଟକୁରାରେ ୧୦, ମହାକାଳପଡ଼ାରେ ୩ ଓ ରାଜନଗରରେ ୫ଟି ହାଇସ୍କୁଲକୁ ରୂପାନ୍ତରଣ କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ ଜିଲାର ୧୫୨ସ୍କୁଲର ରୂପାନ୍ତରଣ ହେବ ବୋଲି ଏଠାରେ ସୂଚନା ଦିଆଯାଇଛି।

ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି

କେନ୍ଦ୍ରାପଡ଼ା ସହରର ବାଳିକା ବିଦ୍ୟାଳୟ ପରିସରରେ ଜିଲାର ୩୦ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ସୋନମ ପରୱିନଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ହୋଇଛି। ସୋନମ ନିଜ ହାଇସ୍କୁଲର ପରିବର୍ତ୍ତନ ସମ୍ପର୍କରେ ମତ ଦେବା ପରେ ଭବିଷ୍ୟତରେ ଆପଣ କ’ଣ ହେବାକୁ ଚାହୁଁଛନ୍ତି ବୋଲି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ସୋନମ କହିଥିଲେ, ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ଆଇଏଏସ୍‌ ଅଫିସର ହେବି। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଥିବା ୫-ଟି ସଚିବ ଭି.କେ.ପାଣ୍ଡିଆନ କହିଥିଲେ, ସରକାରୀ ସ୍କୁଲରେ ପଢ଼ି ଆଇଏଏସ୍‌ ଅଫିସର ହେବାରେ କୌଣସି ଅସୁବିଧା ନାହିଁ। ନିଜେ ସରକାରୀ ସ୍କୁଲରେ ପାଠ ପଢ଼ିଥିବା ଓ ତୁମ ଜିଲାର ଜିଲାପାଳ ଅମୃତ ଋତୁରାଜ ସରକାରୀ ସ୍କୁଲରେ ପଢ଼ିଥିବା ଉଦାହରଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri