Posted inଜାତୀୟ

ମୁଁ ମୁଖ୍ୟମନ୍ତ୍ରୀ ହେବି, ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାର ଖବର ଆସିବା ପରେ କାହିଁକି ଏମିତି କହିଲେ ଶିନ୍ଦେ

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତୀ ବିଜୟୀ ହୋଇଛି। କିନ୍ତୁ ଏହା ପରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ନେଇ ଏବେ ବିବାଦ ଲାଗି ରହିଛି। ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ପଦ ଛାଡିବାକୁ ଚାହୁଁନାହାଁନ୍ତି।

ସେ କହିଛନ୍ତି ଯେ ରାଜ୍ୟବାସୀ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହୁଁଛନ୍ତି। ଏହାପୂର୍ବରୁ ସେ କହିଥିଲେ ଯେ ଯଦି ଅଜିତ ପାୱାରଙ୍କ ଏନସିପି ସହ ମେଣ୍ଟ ହୋଇ ନ ଥାଆନ୍ତା ତେବେ ତାଙ୍କର ୯୦-୧୦୦ ଟି ସିଟରେ ପ୍ରତିଦ୍ୱନ୍ଦ୍ୱିତା କରିଥାନ୍ତେ ଏବଂ ଏହାର ଆସନ ଅଧିକ ହୋଇଥାନ୍ତା।

ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଇଣ୍ଡିଆନ ଏକ୍ସପ୍ରେସ ସହ କଥା ହୋଇଥିଲେ। ଏହି ସମୟରେ ସେ କହିଛନ୍ତି, ମୁଁ ଲୋକଙ୍କର ମୁଖ୍ୟମନ୍ତ୍ରୀ। ମୁଁ ସର୍ବଦା କହୁଛି ଯେ ଜଣେ ମୁଖ୍ୟମନ୍ତ୍ରୀ ହେବା ସହିତ ମୁଁ ମଧ୍ୟ ଜଣେ ସାଧାରଣ ଲୋକ। ମୁଁ ଲୋକଙ୍କ ସମସ୍ୟା ଜାଣେ ଏବଂ ସେମାନଙ୍କର ଯନ୍ତ୍ରଣା ବୁଝିଛି। ମୁଁ ଚେଷ୍ଟା କରିଛି ସେମାନଙ୍କର ସମସ୍ୟାର ସମାଧାନ ପାଇଁ ସେଥିପାଇଁ ମୁଁ ବିଶ୍ୱାସ କରେ ଯେ ମୁଁ ମୁଖ୍ୟମନ୍ତ୍ରୀ ହେବା ଉଚିତ୍‌।
ମହାରାଷ୍ଟ୍ର ବିଧାନ ପରିଷଦ ସଦସ୍ୟ ତଥା ଭାରତୀୟ ଜନତା ଦଳର ନେତା ପ୍ରବୀଣ ଦରେକର ରବିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ମହାୟୁତୀରେ କୌଣସି ବିବାଦ ନାହିଁ। ସେଠାରେ ଭଲ ସମନ୍ବୟ ଏବଂ ତାଳମେଳ ରହିଛି। ବର୍ତ୍ତମାନ ଡିସେମ୍ବର ୫ରେ ମହାୟୁତୀ ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତିନି ଦଳର ନେତାମାନେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri