Posted inଜାତୀୟ

ମୁଁ ମୁଖ୍ୟମନ୍ତ୍ରୀ ହେବି, ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାର ଖବର ଆସିବା ପରେ କାହିଁକି ଏମିତି କହିଲେ ଶିନ୍ଦେ

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତୀ ବିଜୟୀ ହୋଇଛି। କିନ୍ତୁ ଏହା ପରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ନେଇ ଏବେ ବିବାଦ ଲାଗି ରହିଛି। ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ପଦ ଛାଡିବାକୁ ଚାହୁଁନାହାଁନ୍ତି।

ସେ କହିଛନ୍ତି ଯେ ରାଜ୍ୟବାସୀ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହୁଁଛନ୍ତି। ଏହାପୂର୍ବରୁ ସେ କହିଥିଲେ ଯେ ଯଦି ଅଜିତ ପାୱାରଙ୍କ ଏନସିପି ସହ ମେଣ୍ଟ ହୋଇ ନ ଥାଆନ୍ତା ତେବେ ତାଙ୍କର ୯୦-୧୦୦ ଟି ସିଟରେ ପ୍ରତିଦ୍ୱନ୍ଦ୍ୱିତା କରିଥାନ୍ତେ ଏବଂ ଏହାର ଆସନ ଅଧିକ ହୋଇଥାନ୍ତା।

ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଇଣ୍ଡିଆନ ଏକ୍ସପ୍ରେସ ସହ କଥା ହୋଇଥିଲେ। ଏହି ସମୟରେ ସେ କହିଛନ୍ତି, ମୁଁ ଲୋକଙ୍କର ମୁଖ୍ୟମନ୍ତ୍ରୀ। ମୁଁ ସର୍ବଦା କହୁଛି ଯେ ଜଣେ ମୁଖ୍ୟମନ୍ତ୍ରୀ ହେବା ସହିତ ମୁଁ ମଧ୍ୟ ଜଣେ ସାଧାରଣ ଲୋକ। ମୁଁ ଲୋକଙ୍କ ସମସ୍ୟା ଜାଣେ ଏବଂ ସେମାନଙ୍କର ଯନ୍ତ୍ରଣା ବୁଝିଛି। ମୁଁ ଚେଷ୍ଟା କରିଛି ସେମାନଙ୍କର ସମସ୍ୟାର ସମାଧାନ ପାଇଁ ସେଥିପାଇଁ ମୁଁ ବିଶ୍ୱାସ କରେ ଯେ ମୁଁ ମୁଖ୍ୟମନ୍ତ୍ରୀ ହେବା ଉଚିତ୍‌।
ମହାରାଷ୍ଟ୍ର ବିଧାନ ପରିଷଦ ସଦସ୍ୟ ତଥା ଭାରତୀୟ ଜନତା ଦଳର ନେତା ପ୍ରବୀଣ ଦରେକର ରବିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ମହାୟୁତୀରେ କୌଣସି ବିବାଦ ନାହିଁ। ସେଠାରେ ଭଲ ସମନ୍ବୟ ଏବଂ ତାଳମେଳ ରହିଛି। ବର୍ତ୍ତମାନ ଡିସେମ୍ବର ୫ରେ ମହାୟୁତୀ ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତିନି ଦଳର ନେତାମାନେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri