ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି। ଏଥି ସହିତ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଚେତାବନୀ ଦେଇଛନ୍ତି ଯେ ଯଦି ଦକ୍ଷିଣ କୋରିଆ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରେ ତେବେ ସିଓଲର ପ୍ରମୁଖ ବେସଗୁଡ଼ିକୁ ଧ୍ୱଂସ କରି ଦିଆଯିବ। ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନଙ୍କ ଭଉଣୀ କିମ ୟୋଙ୍ଗ ଏକ ବିବୃତ୍ତିରେ କହିଛନ୍ତି ଯେ ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟ କୋରିଆ ସମ୍ପର୍କକୁ ଖରାପ କରିଦେଇଛି ଏବଂ ଏହାଦ୍ୱାରା ସାମରିକ ତିକ୍ତତା ମଧ୍ୟ ବୃଦ୍ଧି ପାଇଛି।

ଦକ୍ଷିଣ କୋରିଆର ମନ୍ତ୍ରୀ ସୁ ୱୁକ କହିଥିଲେ ଯେ ତାଙ୍କ ଦେଶର ସୈନ୍ୟବାହିନୀରେ ବିଭିନ୍ନ ପ୍ରକାରର କ୍ଷେପଣାସ୍ତ୍ର। ଏସବୁର ଫାୟାରିଂ ରେଞ୍ଜ୍‌, ସଠିକତା ଏବଂ ଶକ୍ତିରେ ବହୁ ସୁଧାର କରାଯାଇଛି। ଉତ୍ତର କୋରିଆର ଯେକୌଣସି ଅଞ୍ଚଳକୁ ସଠିକ ଏବଂ ଶୀଘ୍ର ଟାର୍ଗେଟ କରିବାର ଏଗୁଡ଼ିକର କ୍ଷମତା ଅଛି। ଉତ୍ତର କୋରିଆର କ୍ଷେପଣାସ୍ତ୍ରର ମୁକାବିଲା କରିବାର କ୍ଷମତା ଦକ୍ଷିଣ କୋରିଆ ରଖିଛି ବୋଲି ସେ କହିଥିଲେ। ତେବେ ଏହାକୁ ନେଇ କିମ୍‌ ଦକ୍ଷିଣ କୋରିଆକୁ ଧମକ ଦେଇଛନ୍ତି। ଫେବୃଆରୀ ୨୬ ଏବଂ ମାର୍ଚ୍ଚ ୪ ରେ ଉତ୍ତର କୋରିଆ ଦୁଇଟି ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।

ରବିବାର ଦିନ ପୃଥକ ପୃଥକ ବିବୃତ୍ତିରେ ଉତ୍ତର କୋରିଆର ୱାର୍କର୍ସ ପାର୍ଟିର କେନ୍ଦ୍ରୀୟ କମିଟିର ସଚିବ ପାକ ଜୋଙ୍ଗ କହିଛନ୍ତି ଯେ ଯଦି ଦକ୍ଷିଣ କୋରିଆ ସୈନ୍ୟ ବିପଜ୍ଜନକ ସାମରିକ କାର୍ଯ୍ୟରେ ଲିପ୍ତ ରୁହନ୍ତି ତେବେ ଉତ୍ତର ସିଓଲ ଏବଂ ଦକ୍ଷିଣ କୋରିଆ ମିଲିଟାରୀ ବେସକୁ ଧ୍ୱଂସ କରି ଦିଆଯିବ। ଏନେଇ ଅନ୍ତର୍ଜାତୀୟସ୍ତରରେ ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri