ବିରକ୍ତ କଲେ ରାଗି ପକାଇ ଦେବି ଆଣବିକ ବୋମା: ଧମକ ଦେଲେ କିମ…

ପ୍ୟୋଙ୍ଗୟାଙ୍ଗ,୨୧।୧୨ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ କହିଛନ୍ତି ମତେ ବେଶି ବିରକ୍ତ କରନ୍ତି। ମୁଁ ରାଗିଗଲେ ଆଣବିକ ବୋମା ପକାଇ ଦେବି। କିମ୍‌ଙ୍କ ଏଭଳି ମନ୍ତବ୍ୟ ସମଗ୍ର ବିଶ୍ୱକୁ ଚକିତ କରିଛି। ଗୁରୁବାର ଏକ ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ସାମ୍ନାକୁ ଆସିଛି। ଉତ୍ତର କୋରିଆର ନେତା କହିଛନ୍ତି ଯଦି କୌଣସି ଶତ୍ରୁ ପରମାଣୁ ଅସ୍ତ୍ରରେ ବ୍ୟବହାର କରିବାକୁ ଚେତାବନୀ ଦିଅନ୍ତି ତେବେ ଉତ୍ତର କୋରିଆ ଆଣବିକ ଆକ୍ରମଣ କରିବାକୁ ଦ୍ୱିଧା କରିବ ନାହିଁ।

ନିକଟରେ ଏକ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣକୁ ନେଇ କିମ ସୈନ୍ୟଙ୍କୁ ଭେଟି ବୈଠକରେ ଏହା କହିଛନ୍ତି।

କ୍ଷେପଣାସ୍ତ୍ର ଉତକ୍ଷେପଣରେ ଉତ୍ତର କୋରିଆ କଠିନ ଇନ୍ଧନ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ) ବ୍ୟବହାର କରିଛି। ଏହାର ଲଞ୍ଚକୁ ନେଇ ଜାପାନ ଉଦବେଗ ପ୍ରକାଶ କରିଥିଲା।

କୁହାଯାଉଛି ଆମେରିକା ଏବଂ ଦକ୍ଷିଣ କୋରିଆ ଏକତ୍ର ଆଣବିକ ଯୋଜନା ପ୍ରସ୍ତୁତ କରୁଥିବା ଦୃଷ୍ଟିରୁ ଉତ୍ତର କୋରିଆ ଏହି ଲଞ୍ଚ ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରୁଛି। ନିକଟରେ ଆମେରିକା ଏବଂ ଦକ୍ଷିଣ କୋରିଆର ସୈନିକମାନେ ମିଳିତ ସମରାଭ୍ୟାସରେ ଭାଗ ନେଇଥିଲେ।

ଆମେରିକା, ଦକ୍ଷିଣ କୋରିଆ ଏବଂ ଜାପାନର ବରିଷ୍ଠ କୂଟନୀତିଜ୍ଞମାନେ ଉତ୍ତର କୋରିଆର ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣକୁ ନିନ୍ଦା କରିଛନ୍ତି ଏବଂ ଉତ୍ତର କୋରିଆକୁ ବିନା ସର୍ତ୍ତରେ ଆଲୋଚନା କରିବାକୁ ଅନୁରୋଧ କରିଛନ୍ତି।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି ମୁକାବିଲା ଲାଗି ଆମେରିକା, ଜାପାନ ଏବଂ ଦକ୍ଷିଣ କୋରିଆ ଏକତ୍ରିତ ହୋଇ ଠିଆ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?