Posted inଜାତୀୟ

ସମ୍ବିଧାନର ସୁରକ୍ଷା ପାଇଁ ଶେଷନିଶ୍ୱାସ ପର୍ଯ୍ୟନ୍ତ ଲଢିବି: ମମତା

କୋଲକାତା,୭।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମ୍ମାନଜନକ ଡକ୍ଟରେଟ ପ୍ରଦାନ କରାଯାଇଛି। ସେଣ୍ଟ ଜାଭିୟର ବିଶ୍ୱବିଦ୍ୟାଳୟର ଚତୁର୍ଥ ବାର୍ଷିକୀ ସମାରୋହରେ ତାଙ୍କୁ ଏହି ଉପାଧି ଦିଆଯାଇଛି। ସମ୍ବିଧାନର ସୁରକ୍ଷା ପାଇଁ ସେ ଶେଷନିଶ୍ୱାସ ପର୍ଯ୍ୟନ୍ତ ସଂଗ୍ରାମ ଜାରି ରଖିବେ। ଦେଶର ଏକତା ରକ୍ଷା ପାଇଁ ସମସ୍ତେ କାର୍ଯ୍ୟ କରିବା ଉଚିତ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଆମର ସମ୍ବିଧାନ ଏକ ଧର୍ମନିରପେକ୍ଷ ଗଣତାନ୍ତ୍ରିକ ଦେଶ ଭାବରେ ଭାରତର ମୂଳଦୁଆ ପକାଇଥାଏ। ମୁଁ ଏହାର ସୁରକ୍ଷା ପାଇଁ ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ଲଢିବି। ଆମକୁ ଦାରିଦ୍ର୍ୟର ମୁକାବିଲା କରିବାକୁ ହେବ, ଅନ୍ୟାୟ ଏବଂ ଅସମାନତା ସହ ଲଢିବାକୁ ହେବ।
ସେଣ୍ଟ ଜାଭିୟର ବିଶ୍ୱବିଦ୍ୟାଳୟର କୁଳପତି ଫାଦର ଫେଲିକ୍ସ ରାଜ କହିଛନ୍ତି, ସାମାଜିକ ସେବା ତଥା ଶିକ୍ଷା ବିସ୍ତାର କ୍ଷେତ୍ରରେ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ବାନାର୍ଜୀଙ୍କୁ ସମ୍ମାନିତ କରାଯାଇଛି। ବିଶ୍ୱବିଦ୍ୟାଳୟର ନ୍ୟୁଟାଉନ କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଉପସ୍ଥିତିରେ ଡକ୍ଟର ଅଫ ଲେଟର୍ସ ପୁରସ୍କାର ମମତାଙ୍କୁ ପ୍ରଦାନ କରାଯାଇଥିଲା। ଏହାକୁ ଗ୍ରହଣ କରି ମମତା କହିଛନ୍ତି, ସେ ଏହାକୁ ରାଜ୍ୟ ତଥା ଦେଶର ଲୋକଙ୍କ ପାଇଁ ଉତ୍ସର୍ଗ କରୁଛନ୍ତି, ଯାହା ବିନା ସେ କିଛି ନୁହଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri