Posted inରାଜ୍ୟ

ପ୍ରମିଳାଙ୍କ ବିରୋଧରେ ମାନହାନି ମାମଲା କରିବି: ଜୟନାରାୟଣ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ବୁଧବାର ବିରୋଧୀ ଦଳ ନେତା କହିଛନ୍ତି, ପ୍ରମିଳା ମଲ୍ଲିକ ରାଜ୍ୟର ମନ୍ତ୍ରୀ। ସେ ଯାହା କହୁଛନ୍ତି ସରକାର କହୁଛନ୍ତି। ସେ କହିଛନ୍ତି, ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କର ହତ୍ୟାରେ ଷଡ଼ଯନ୍ତ୍ର ନାହିଁ ତ? କ୍ରାଇମ୍‌ବ୍ରାଞ୍ଚ ଯେତେବେଳେ ତଦନ୍ତ କରୁଛି, ତଦନ୍ତକୁ ଏହା ପ୍ରଭାବିତ କରିବନି ତ? ଜଣେ ମନ୍ତ୍ରୀ ଯେତେବେଳେ ଷ୍ଟେଟ୍‌ମେଣ୍ଟ ଦେବେ ତାହା ସରକାରଙ୍କ ଉକ୍ତି ବୋଲି ଧରାଯିବ। ମନ୍ତ୍ରୀଙ୍କ ବିରୋଧରେ ମାନହାନି ମାମଲା କରିବେ ବୋଲି ଜୟନାରାୟଣ କହିଛନ୍ତି।

ସୂଚନାଯୋଗ୍ୟ, ଏହି ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଓ ବିରୋଧୀ ଦଳ ନେତା ସମ୍ପୃକ୍ତି ଥିବା ନେଇ ରାଜସ୍ବ ମନ୍ତ୍ରୀ ପରୋକ୍ଷରେ ଇଙ୍ଗିତ କରିଥିଲେ। ପ୍ରମିଳା କହିଛନ୍ତି, ସେ ଯେଉଁଭଳି ହେଉଛନ୍ତି କୌଣସି ମହିଳା କର୍ମଚାରୀ ତାଙ୍କ ସହ କଥାବାର୍ତ୍ତା କିମ୍ବା କାମ କରିବା ସମ୍ଭବ ନୁହେଁ। ତାଙ୍କ ଦେହ ଖରାପ। ସେ ଉତ୍ତେଜିତ ହୋଇଯାଉଛନ୍ତି । ଡାକ୍ତରୀ ପରୀକ୍ଷା କରିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri