ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବି: ସବିତା

ବ୍ରହ୍ମପୁର ଅଫିସ,୭ା୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପାଇଁ ଭାଜପାର ମେୟର ପ୍ରାର୍ଥୀ ହେଲେ ଡ.ସବିତା ସୁଆର। ରାଜ୍ୟ କାର୍ଯ୍ୟାଳୟରୁ ତାଙ୍କ ନାମ ରବିବାର ଘୋଷଣା କରାଯାଇଛି। କାହାକୁ ପ୍ରାର୍ଥୀ ଚୟନ କରାଯିବ, ସେନେଇ ଭାଜପାରେ ଯେଉଁ କଳ୍ପନା ଜଳ୍ପନା ଚାଲିଥିଲା ଶେଷ ମୁହୂର୍ତ୍ତରେ ତା’ର ଅନ୍ତ ଘଟିଛି। ସୋମବାର ସେ ନାମାଙ୍କନ ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ବିଜେଡି ପରେ ଭାଜପାର ନାମ ଘୋଷଣା ହୋଇଥିବା ବେଳେ ରବିବାର ସୁଦ୍ଧା କଂଗ୍ରେସରୁ କାହାକୁ ପ୍ରାର୍ଥୀ କରାଯିବ ତାହା ଅସ୍ପଷ୍ଟ ରହିଛି। ୩ ଜଣଙ୍କ ନାମ ପ୍ରଦେଶ କଂଗ୍ରେସକୁ ପଠାଯାଇଛି ଏବଂ ରାତିସୁଦ୍ଧା ଜଣଙ୍କ ନାମ ଅନୁମୋଦିତ ହେବାର ଜିଲା କଂଗ୍ରେସ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ଭାଜପାର ପ୍ରାର୍ଥୀ ଘୋଷଣା ପରେ ଯୋଗାଯୋଗ ବେଳେ ଧରିତ୍ରୀକୁ ସୁଆର କହିଛନ୍ତି, ଦୀର୍ଘ ଦୁଇ ଦଶନ୍ଧି ହେବ ସେ ଭାଜପାରେ ସକ୍ରିୟ ଅଛନ୍ତି ଏବଂ କେନ୍ଦ୍ରରେ ଦଳ ସରକାର ଗଠନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଭିନ୍ନ ସେବା ଓ ଶିକ୍ଷାର ବିସ୍ତାର ନିମନ୍ତେ କାର୍ଯ୍ୟ କରୁଛନ୍ତି। ସୁଆର ବ୍ରହ୍ମପୁରରେ ଥିବା ଏକ ଘରୋଇ କଲେଜର ଅଧ୍ୟକ୍ଷା ଅଛନ୍ତି। ମେୟର ଭାବେ ମହାନଗରବାସୀ ତାଙ୍କୁ ନିର୍ବାଚିତ କଲେ ଲୋକଙ୍କ ମୌଳିକ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେବେ ଏବଂ ବିପର୍ଯ୍ୟସ୍ତ ରାସ୍ତାଘାଟ, ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଓ ସ୍ବାସ୍ଥ୍ୟ ସେବାରେ ଉନ୍ନତି କରିବାର ଦର୍ଶାଇଛନ୍ତି। ତାଙ୍କ ସ୍ବାମୀ ମଧ୍ୟ ଭାଜପାର ଜଣେ ଜଣାଶୁଣା ନେତା।
ଭାଜପାର ବରିଷ୍ଠ ନେତା ଏବଂ ଗତ ସାଧାରଣ ନିର୍ବାଚନରେ ବ୍ରହ୍ମପୁର ବିଧାୟକ ପ୍ରାର୍ଥୀ କାହ୍ନୁ ଚରଣ ପତି କହିଛନ୍ତି, ସୁଆରଙ୍କୁ ରାଜ୍ୟ ସଂଗଠନ ପକ୍ଷରୁ ପ୍ରାର୍ଥୀ ମନୋନୀତ କରାଯିବା ସ୍ବାଗତଯୋଗ୍ୟ ପଦକ୍ଷେପ। ସାମାନ୍ୟ ବିଳମ୍ବ ହୋଇଥିଲେ ମଧ୍ୟ ଜଣେ ଉଚ୍ଚଶିକ୍ଷିତା ମହିଳାଙ୍କୁ ମେୟର ପ୍ରାର୍ଥୀ ମନୋନୀତ କରାଯାଇଛି। ମହାନଗରବାସୀ ତାଙ୍କୁ ଆଶୀର୍ବାଦ କରି ଜିତାଇଲେ ରେଶମ ନଗରୀର ବିକାଶ ତ୍ୱରାନ୍ବିତ ହେବ ଓ ପୌର ଶାସନରେ ସ୍ବଚ୍ଛତା ଆସିପାରିବାର ପତି ଆଶା ପ୍ରକଟ କରିଛନ୍ତି। ପତି ଦଳର ବ୍ରହ୍ମପୁର ପୌର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?