Posted inଜାତୀୟ

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଆମେରିକାରେ ଭାରତର ସଂରକ୍ଷଣ ବ୍ୟବସ୍ଥା ଉପରେ ରାହୁଲ ଦେଇଥିବା ବିବୃତିକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିବା ସହ କହିଛନ୍ତି, ଯିଏ ରାହୁଲଙ୍କ ଜିଭ କାଟିବ ତାଙ୍କୁ ସେ ୧୧ ଲକ୍ଷ ଟଙ୍କାର ପୁରସ୍କାର ଦେବେ।

ବୁଲ୍‌ଢାଣାରୁ ବିଧାୟକ ଗାଏକ୍ୱାଡ୍‌ କହିଛନ୍ତି, ରାହୁଲ ନିଜ ଆମେରିକା ଗସ୍ତରେ ଭାରତର ସଂରକ୍ଷଣ ବ୍ୟବସ୍ଥାକୁ ସମାପ୍ତ କରିବାକୁ ବୟାନ ଦେଇଛନ୍ତି, ଯାହା ଜନସାଧାରଣଙ୍କ ସମ୍ମୁଖରେ କଂଗ୍ରେସର ପ୍ରକୃତ ମୁଖା ଖୋଲିଦେଇଛି। ସମ୍ବିଧାନରେ ଭାଜପା ପରିବର୍ତ୍ତନ କରିବ ବୋଲି ରାହୁଲ ସମ୍ବିଧାନର ପୁସ୍ତକ ଦେଖାଇ ମିଥ୍ୟା ପ୍ରଚାର କରୁଛନ୍ତି। କଂଗ୍ରେସର ଏହି ମାନସିକତା ଦେଶକୁ ୪୦୦ ବର୍ଷ ପଛକୁ ନେଇଯିବ ବୋଲି ସେ କହିଛନ୍ତି।

ମହାରାଷ୍ଟ୍ର କଂଗ୍ରେସ ପକ୍ଷରୁ ଗାଏକ୍ୱାଡ୍‌ଙ୍କ ଏହି ବୟାନକୁ ନିନ୍ଦା କରାଯାଇଛି। ରାଜନୀତି କରିବାକୁ ସେ ଯୋଗ୍ୟ ନୁହନ୍ତି ବୋଲି ରାଜ୍ୟ କଂଗ୍ରେସ ମୁଖପାତ୍ର ଅତୁଲ ଲୋଢ଼ା କହିଛନ୍ତି। ଗାଏକ୍ୱାଡ୍‌ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଦାବି କରିଛନ୍ତି।

ତେବେ ଶିବସେନାର ସହଯୋଗୀ ଭାଜପା ଗାଏକଓ୍ବାଡ୍‌ଙ୍କ ଏହି ମନ୍ତବ୍ୟଠାରୁ ନିଜକୁ ଦୂରେଇ ରଖିଛି। ଉକ୍ତ ବୟାନକୁ ତାଙ୍କ ଦଳ ସମର୍ଥନ କରୁନାହିଁ ବୋଲି ମହାରାଷ୍ଟ୍ର ରାଜ୍ୟ ଭାଜପା ସଭାପତି ଚନ୍ଦ୍ରଶେଖର ବାଓ୍ବନ୍‌କୁଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri