‘ଓଡ଼ିଶାବାସୀଙ୍କ ବିକାଶରେ ନିଜକୁ ସାମିଲ କରିବି’

ସୋନପୁର,୩୧।୫(ନି.ପ୍ର.):ସୋମବାର ପ୍ରକାଶିତ ୟୁପିଏସ୍‌ସି ସିଭିଲ ସର୍ଭିସ୍‌ ପରୀକ୍ଷା ୨୦୨୧ରେ ୬୩ ର଼୍ୟାଙ୍କ ରଖି ଓଡ଼ିଶାର କାର୍ତ୍ତିକ ପାଣିଗ୍ରାହୀ କୃତକାର୍ଯ୍ୟ ହୋଇଛନ୍ତି। ତାଙ୍କ ଘର ସୋନପୁର ସହର ଗଡ଼ଭିତର ଅଞ୍ଚଳରେ। କାର୍ତ୍ତିକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ପରିଶ୍ରମର ଫଳ ମିଳିଥିବାରୁ ଖୁସି ଲାଗୁଛି। ଆଗକୁ ସମାଜର ଅବହେଳିତ ବର୍ଗ ଓ ମହିଳାଙ୍କ ଉନ୍ନତି ପାଇଁ କାମ କରିବି। ସୁଯୋଗ ମିଳିଲେ ଓଡ଼ିଶାର ବିକାଶ ପ୍ରକ୍ରିୟାରେ ସାମିଲ ହେବି। ତୃଣମୂଳସ୍ତରରେ ପ୍ରଶାସନିକ ସୁବିଧା ପହଞ୍ଚାଇବା ପାଇଁ ଚେଷ୍ଟା କରିବି ବୋଲି ସେ କହିଛନ୍ତି। କାର୍ତ୍ତିକଙ୍କ ମା’ ଗୀତା ଜଣେ ଗୃହିଣୀ ହୋଇଥିବା ବେଳେ ବାପା ଶିବଶଙ୍କର ଏବେ ଇଣ୍ଡିଆନ ଏୟାର ଲାଇନ୍‌ସର ଇଞ୍ଜିନିୟର ଭାବେ ଦିଲ୍ଲୀରେ କାର୍ଯ୍ୟରତ। ସେ ମାଡ୍ରାସ ଓ ଥିରୁଭାନନ୍ତପୁରମ୍‌ରେ ପାଠ ପଢ଼ିଛନ୍ତି। କଲିକତା କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ିବା ପରେ ଏବେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏମ୍‌ଫିଲ କରୁଛନ୍ତି। ତୃତୀୟ ସୁଯୋଗରେ ସେ ଏହି ସଫଳତା ପାଇଛନ୍ତି। କଠିନ ପରିଶ୍ରମ ଓ ନିଷ୍ଠା ରହିଲେ ସଫଳତା ନିଶ୍ଚୟ ମିଳିବ। ଏହି ସଫଳତା ପାଇଁ ସେ ମା’, ବାପା, ବିଟେକ୍‌ କରୁଥିବା ସାନଭାଇ କୁନାଲ, ଗୁରୁଜନ ଓ ଭଗବାନଙ୍କୁ ଶ୍ରେୟ ଦେଇଛନ୍ତି। ଅନ୍ୟପକ୍ଷେ କାର୍ତ୍ତିକଙ୍କ ଏହି ସଫଳତା ଲାଗି ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁଭେଚ୍ଛା ଜଣାଇଛନ୍ତି। ସେ ଜିଲାକୁ ଗୌରବାନ୍ବିତ କରିବା ସହ ଆଗକୁ ଆହୁରି ସଫଳତା ଆଣିବେ ବୋଲି ମନ୍ତ୍ରୀ ପୂଜାରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri