‘ଓଡ଼ିଶାବାସୀଙ୍କ ବିକାଶରେ ନିଜକୁ ସାମିଲ କରିବି’

ସୋନପୁର,୩୧।୫(ନି.ପ୍ର.):ସୋମବାର ପ୍ରକାଶିତ ୟୁପିଏସ୍‌ସି ସିଭିଲ ସର୍ଭିସ୍‌ ପରୀକ୍ଷା ୨୦୨୧ରେ ୬୩ ର଼୍ୟାଙ୍କ ରଖି ଓଡ଼ିଶାର କାର୍ତ୍ତିକ ପାଣିଗ୍ରାହୀ କୃତକାର୍ଯ୍ୟ ହୋଇଛନ୍ତି। ତାଙ୍କ ଘର ସୋନପୁର ସହର ଗଡ଼ଭିତର ଅଞ୍ଚଳରେ। କାର୍ତ୍ତିକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ପରିଶ୍ରମର ଫଳ ମିଳିଥିବାରୁ ଖୁସି ଲାଗୁଛି। ଆଗକୁ ସମାଜର ଅବହେଳିତ ବର୍ଗ ଓ ମହିଳାଙ୍କ ଉନ୍ନତି ପାଇଁ କାମ କରିବି। ସୁଯୋଗ ମିଳିଲେ ଓଡ଼ିଶାର ବିକାଶ ପ୍ରକ୍ରିୟାରେ ସାମିଲ ହେବି। ତୃଣମୂଳସ୍ତରରେ ପ୍ରଶାସନିକ ସୁବିଧା ପହଞ୍ଚାଇବା ପାଇଁ ଚେଷ୍ଟା କରିବି ବୋଲି ସେ କହିଛନ୍ତି। କାର୍ତ୍ତିକଙ୍କ ମା’ ଗୀତା ଜଣେ ଗୃହିଣୀ ହୋଇଥିବା ବେଳେ ବାପା ଶିବଶଙ୍କର ଏବେ ଇଣ୍ଡିଆନ ଏୟାର ଲାଇନ୍‌ସର ଇଞ୍ଜିନିୟର ଭାବେ ଦିଲ୍ଲୀରେ କାର୍ଯ୍ୟରତ। ସେ ମାଡ୍ରାସ ଓ ଥିରୁଭାନନ୍ତପୁରମ୍‌ରେ ପାଠ ପଢ଼ିଛନ୍ତି। କଲିକତା କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ିବା ପରେ ଏବେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏମ୍‌ଫିଲ କରୁଛନ୍ତି। ତୃତୀୟ ସୁଯୋଗରେ ସେ ଏହି ସଫଳତା ପାଇଛନ୍ତି। କଠିନ ପରିଶ୍ରମ ଓ ନିଷ୍ଠା ରହିଲେ ସଫଳତା ନିଶ୍ଚୟ ମିଳିବ। ଏହି ସଫଳତା ପାଇଁ ସେ ମା’, ବାପା, ବିଟେକ୍‌ କରୁଥିବା ସାନଭାଇ କୁନାଲ, ଗୁରୁଜନ ଓ ଭଗବାନଙ୍କୁ ଶ୍ରେୟ ଦେଇଛନ୍ତି। ଅନ୍ୟପକ୍ଷେ କାର୍ତ୍ତିକଙ୍କ ଏହି ସଫଳତା ଲାଗି ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁଭେଚ୍ଛା ଜଣାଇଛନ୍ତି। ସେ ଜିଲାକୁ ଗୌରବାନ୍ବିତ କରିବା ସହ ଆଗକୁ ଆହୁରି ସଫଳତା ଆଣିବେ ବୋଲି ମନ୍ତ୍ରୀ ପୂଜାରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri