Posted inଜାତୀୟ

ସର୍ତ୍ତ ମାନିଲେ ନୀତୀଶଙ୍କ ସହ ମିଶିବି, କହିଲେ ପିକେ…

ପାଟନା, ୧୫।୯ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବାର ଗୁମର ଖୋଲିଛନ୍ତି। ସେ କହିଛନ୍ତି ଯେ ନୀତୀଶଙ୍କୁ ଦୁଇ ଦିନ ପୂର୍ବରୁ ଭେଟିଥିଲେ। ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ କେବଳ ଏକ ସାମାଜିକ, ରାଜନୈତିକ ପ୍ରସଙ୍ଗ ଉପରେ ଚର୍ଚ୍ଚା ହୋଇଥିଲା। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ଥିଲା ।

ଏହି ସମୟରେ ଆମେ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରି ନଥିଲୁ । ସେ କହିଛନ୍ତି ଯେ ମୁଁ ମୋର ଅଭିଯାନରୁ ପଛଘୁଞ୍ଚା ଦେବି ନାହିଁ। ମୋର ଜନସୁରାଜ ଯାତ୍ରା ଜାରି ରହିବ। ମୁଁ ରାଜ୍ୟର ସମସ୍ତ ଲୋକଙ୍କୁ ଭେଟିବି ଏବଂ ବିହାରର ଭବିଷ୍ୟତ ବିଷୟରେ ସେମାନଙ୍କୁ ବୁଝାଇବି।

ପିକେ କହିଛନ୍ତି ଯେ ଯଦି ମୋର ଗୋଟିଏ ସର୍ତ୍ତ ରହିଛି। ଏହା ମାନିନେଲେ ମୁଁ ନୀତୀଶଙ୍କ ସହିତ ମିଶିବି। ସେହି ସର୍ତ୍ତ ହେଉଛି ନୀତୀଶ ଗୋଟିଏ ବର୍ଷ ମଧ୍ୟରେ ୧୦ ଲକ୍ଷ ବେକାର ଯୁବକଙ୍କୁ ଚାକିରି ଦିଅନ୍ତୁ। ଏହାପରେ ମୁଁ ତାଙ୍କ ସହିତ ଯୋଗଦେବି। ପିକେଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri