Posted inଜାତୀୟ

ମୁଁ ଭାଜପା ସହ କେବେ ଯିବି ନାହିଁ: ଶରଦ ପାଓ୍ବାର

ପୁଣେ,୧୩।୮: ମହାରାଷ୍ଟ୍ରର ସାଙ୍ଗୋଲାରେ ଜାତୀୟତାବାଦୀ କଂଗ୍ରେସ ଦଳର ପ୍ରତିଷ୍ଠାତା ଶରଦ ପାୱାର ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସହ ଆୟୋଜିତ ଗୁପ୍ତ ବୈଠକ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, କିଛି ଶୁଭଚିନ୍ତକ ମୋତେ ବୁଝାଇବା ପାଇଁ ଚେଷ୍ଟା କରୁଛନ୍ତି, କିନ୍ତୁ ମୁଁ କେବେବି ଭାଜପା ସହିତ ଯିବି ନାହିଁ। ଅଜିତ ପାୱାରଙ୍କ ସହ ମୋର ସାକ୍ଷାତ ଲୁଚାଛପା ନୁହେଁ। ସେ ମୋର ପୁତୁରା ଏବଂ ମୁଁ ପରିବାରର ବରିଷ୍ଠ ସଦସ୍ୟ।
ଏହାପୂର୍ବରୁ ପୁଣେରେ ଶରଦ ପାୱାର ଏବଂ ଏନସିପିର ବିଦ୍ରୋହୀ ଦଳର ନେତା ଅଜିତ ପାୱାରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତି ସରଗରମ ହୋଇଥିଲା। ଏନେଇ ଏନସିପି ରାଜ୍ୟ ୟୁନିଟ ସଭାପତି ଜୟନ୍ତ ପାଟିଲ କହିଛନ୍ତି,ଦଳର ପ୍ରତିଷ୍ଠାତା ଏବଂ ପୁତୁରାଙ୍କ ମଧ୍ୟରେ କ’ଣ ଘଟିଛି ସେ ଜାଣି ନାହାଁନ୍ତି ଏବଂ ଏହା ଗୁପ୍ତ ବୈଠକ ନୁହେଁ। ଶରଦ ପାୱାରଙ୍କ ନାତି ତଥା ଏନସିପି ବିଧାୟକ ରୋହିତ ପାୱାର ମଧ୍ୟ କହିଛନ୍ତି,ସେ ମଧ୍ୟ ଏଭଳି କୌଣସି ବୈଠକ ବିଷୟରେ ଅବଗତ ନୁହଁନ୍ତି, କିନ୍ତୁ ବୈଠକ ହୋଇଥିଲେ ମଧ୍ୟ ପରିବାର ମଧ୍ୟରେ ଯୋଗାଯୋଗ ବଜାୟ ରଖିବାରେ କିଛି ଭୁଲ ନାହିଁ।
ସୂଚନାନୁସାରେ, ଶନିବାର ପୁଣେରେ ଜଣେ ବ୍ୟବସାୟୀଙ୍କ ବାସଭବନରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କୁ ଭେଟିଥିଲେ। ଏହାପୂର୍ବରୁ ଗତ ମାସରେ ମହାରାଷ୍ଟ୍ରରେ ଅଜିତ ପାୱାର ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ସେ ଶିବସେନା-ଭାଜପା ସରକାରରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଅଜିତ ପାୱାରଙ୍କ ସହ ତାଙ୍କୁ ସମର୍ଥନ କରୁଥିବା ଆଠ ଜଣ ଏନସିପି ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri