କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଫେରିଲା ପରେ ପ୍ରଥମେ ବରିଷ୍ଠ ନେତାଙ୍କୁ ଭେଟିବି। ଏହା ପରେ ଭୁବନେଶ୍ବରରୁ ପୁରୀ ପଦଯାତ୍ରା କରି ଶ୍ରୀଜିଉଙ୍କୁ ଦର୍ଶନ କରିବି। ଭକ୍ତ ଆଜି ଏକ ବଡ଼ କଥା କହିଛନ୍ତି, ସେ କହିଛନ୍ତି, କଂଗ୍ରେସ କ୍ଷମତାକୁ ଫେରିଲେ ମଧ୍ୟ ମୁଁ ମୁଖ୍ୟମନ୍ତ୍ରୀ ହେବିନାହିଁ। ସର୍ବଦା ସଂଗଠନ ପାଇଁ କାମ କରିବି। ଯିଏ ଭଲ କାମ କରିବ ସିଏ ଗୁରୁତ୍ୱ ପାଇବ। ଏଥିସହିତ ଦଳକୁ ମଜଭୁତ ରଖିବାକୁ ଲୋକଙ୍କ ପାଖକୁ ଯାଇ ଅନୁରୋଧ କରିବି ବୋଲି ଭକ୍ତ କହିଛନ୍ତି।

ସୂଚନାଯୋଗ୍ୟ, କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଥିଲ। ତେବେ ପିସିସି ସଭାପତି ହେବା ପରେ ଭକ୍ତ ଚରଣ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri