Posted inଖେଳ

‘ଆର୍‌ସିବି ଆଇପିଏଲ୍‌ ଚାମ୍ପିଅନ୍‌ ନ ହେବା ପର୍ଯ୍ୟନ୍ତ ମୁଁ ବିବାହ କରିବି ନାହିଁ’

ମୁମ୍ବାଇ,୧୩।୪: ଆଇପିଏଲ୍‌ ଇତିହାସରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଦଳ ଥରେ ବି ଟାଇଟଲ ଜିତିପାରି ନାହିଁ। ଆଇପିଏଲ ୨୦୨୨ର ପ୍ରାରମ୍ଭରେ ଆରସିବିର ଭଲ ପ୍ରଦର୍ଶନ ରହିଛି। ପ୍ରଶଂସକ ଆଶା ରଖିଛନ୍ତି ଚଳିତବର୍ଷ ଦଳ ଚାମ୍ପିଅନ୍‌ ହେବ। ଚଳିତ ଆଇପିଏଲ୍‌ର ୨୨ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଭେଟିଥିଲା ଆରସିବି। ଏହି ମ୍ୟାଚରେ ଆରସିବିକୁ ୨୩ ରନ୍‌ରେ ପରାସ୍ତ କରିଛି ସିଏସ୍‌କେ। ତେବେ ମ୍ୟାଚ୍‌ ଚାଲିଥିବା ସମୟରେ ଜଣେ ମହିଳା ପ୍ରଶଂସକ ପୋଷ୍ଟର ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଆରସିବି (ଆରସିବି) ମ୍ୟାଚରେ ଜଣେ ମହିଳା ପ୍ରଶଂସକ ଏକ ପୋଷ୍ଟର ସହିତ ଷ୍ଟାଡିୟମରେ ପହଞ୍ଚିଥିଲେ। ପୋଷ୍ଟରରେ ଲେଖାଥିଲା ଯେ ଆରସିବି ଆଇପିଏଲ ଟ୍ରଫି ନ ଜିତିବା ପର୍ଯ୍ୟନ୍ତ ମୁଁ ବିବାହ କରିବି ନାହିଁ। ଏହି ମହିଳା ପ୍ରଶଂସକଙ୍କ ପୋଷ୍ଟର ମ୍ୟାଚ ସମୟରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଏବେ ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଆଇପିଏଲ ୨୦୨୨ରେ, ଆରସିବି ଦଳ ଚାରୋଟି ମ୍ୟାଚ ଖେଳି ତିନୋଟି ଜିତିଛି। ଏଥର ଆରସିବି ଦଳର ଦାୟିତ୍ୱ ଦକ୍ଷିଣ ଆଫ୍ରିକାର ତାରକା ବ୍ୟାଟ୍ସମ୍ୟାନ ଫାଫ ଡୁ ପ୍ଲେସିସ୍ଙ୍କ ହାତରେ ରହିଛି। ଆରସିବିର ବ୍ୟାଟିଂ ବହୁତ ଶକ୍ତିଶାଳୀ ଦେଖାଯାଉଛି। ସୁପରଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ ଏବଂ ଦୀନେଶ କାର୍ତ୍ତିକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri