ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ ଲାଗି ଅମଙ୍ଗ: ତଥାଗତ

ଭୁବନେଶ୍ବର, ୨୪ା୪(ବ୍ୟୁରୋ): ମୁଁ ନିର୍ଦ୍ଦଳୀୟ। ଏବେ ମୁଁ କୌଣସି ଦଳରେ ନାହିଁ। ମୁଁ ଆପଣମାନଙ୍କ ଦଳରେ ଅଛି। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବାକୁ ଅମଙ୍ଗ ବୋଲି ରବିବାର ଶଙ୍ଖ ଭବନ ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବା ଅବସରରେ ପୂର୍ବତନ ଏମ୍‌ପି ତଥା ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ଏହାସହ ଆଗାମୀ ଦିନରେ ମଧ୍ୟ ସେ ନିର୍ବାଚନ ଲଢ଼ିବେ ନାହିଁ ବୋଲି ଏକପ୍ରକାର ସ୍ପଷ୍ଟ କରିଛନ୍ତି।
ସୂଚନାଯୋଗ୍ୟ, ଗତ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଆଉ ନିର୍ବାଚନ ଲଢ଼ିବେ ନାହିଁ ବୋଲି ତଥାଗତ କହିଥିଲେ। ଆଜି ମଧ୍ୟ ସେହି କଥାକୁ ସେ ଦୋହରାଇଛନ୍ତି। ଏହାପରଠାରୁ ତାଙ୍କୁ କେବେହେଲେ ବିଜେଡିର କୌଣସି ରାଜନୈତିକ ବା ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗଦେବାର ଦେଖିବାକୁ ମିଳି ନ ଥିଲା। ୨୦୧୯ ସାଧାରଣ ନିର୍ବାଚନ ପରେ ତଥାଗତ ସତପଥୀ ପ୍ରଥମଥର ପାଇଁ ନବଗଠିତ ବିଜେଡି ଦଳୀୟ କାର୍ଯ୍ୟାଳୟକୁ ଯାଇଥିବାର ଦେଖିବାକୁ ମିଳିଥିଲା। ତାଙ୍କୁ ସେଠାରେ ଦେଖି ଗଣମାଧ୍ୟମ ପ୍ରତିନିଧିମାନେ ବିଭିନ୍ନ ପ୍ରଶ୍ନ କରିଥିଲେ।
ଗଣମାଧ୍ୟମ ତାଙ୍କୁ ଶଙ୍ଖ ଦଳ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ପଚାରିବାରୁ ସେ କହିଛନ୍ତି, ଦଳର ସଭାପତିଙ୍କ ତରଫରୁ ତାଙ୍କୁ ନିମନ୍ତ୍ରଣ କରାଯାଇଥିଲା। ତାଙ୍କ କଥାକୁ ସମ୍ମାନ ଦିଏ। ତାଙ୍କ ସମ୍ମାନ ରକ୍ଷାକରି ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏବେ ସେ ନିର୍ଦ୍ଦଳୀୟ। ନିର୍ବାଚନ ରାଜନୀତିରେ ପୁନଃପ୍ରବେଶ କରିବା ପାଇଁ ସେ ଅମଙ୍ଗ। ସେଥିପାଇଁ ବହୁତ ଖୁସିରେ ଅଛନ୍ତି। ଶଙ୍ଖ ଭବନ ବିଲ୍ଡିଂଟି ବହୁତ ସୁନ୍ଦର ଏବଂ ଭଲ ହୋଇଛି ବୋଲି ତଥାଗତ କହିଛନ୍ତି। ତେବେ ୨୦୨୪ ନିର୍ବାଚନ ସମୟରେ ଯଦି ତାଙ୍କୁ ଖୋଜାପଡ଼େ ଆଉ ଡକାଯାଏ ତେବେ ସେ ଆସିବେ କି ନାହିଁ ବୋଲି ପଚାରିବାରୁ ତଥାଗତ କହିଛନ୍ତି, ଯେଉଁମାନଙ୍କୁ ଖୋଜାପଡ଼େ ସେମାନେ ଭାରି ଖୁସି ହୁଅନ୍ତି ଏବଂ ଭାବନ୍ତି ଯାହାହେଉ ତାଙ୍କୁ ଖୋଜାପଡୁଛି। ସେହିପରି ତାଙ୍କୁ ଡକାଗଲାରୁ ସେ ଆସିଲେ। କୌଣସି ନିର୍ବାଚନୀ ରାଜନୀତିରେ ତାଙ୍କର ଯିବାର ପ୍ରଶ୍ନ ଉଠୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?