କୌଣସି ପରିସ୍ଥିତିରେ ଇସ୍ତଫା ଦେବି ନାହିଁ: ଇମ୍ରାନ

ଇସଲାମାବାଦ,୨୩।୩: ପାକିସ୍ତାନର ଇମ୍ରାନ ଖାନ ସରକାର ଉପରେ ସଙ୍କଟର ବାଦଲ ଛାଇ ଯାଇଛି। ଇମ୍ରାନଙ୍କ ଗାଦିରୁ ହଟାଇବା ପାଇଁ ତାଙ୍କ ନିଜ ଦଳ ତେହେରିକ-ଇ-ଇନସାଫ (ପିଟିଆଇ)ର ଏମ୍‌ପିମାନେ ବି ଲାଗିପଡିଛନ୍ତି। ସେମାନେ ବିରୋଧୀ ସହ ହାତ ମିଳାଇଛନ୍ତି। ସରକାର ବିରୋଧରେ ସଂସଦରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ବିପକ୍ଷ ପ୍ରସ୍ତୁତ ହେଉଛନ୍ତି। ରାଜନୈତିକ ସଙ୍କଟ ମଧ୍ୟରେ ଇମ୍ରାନ ଇମ୍ରାନ ଖାନ ବୁଧବାର କହିଛନ୍ତି, ସେ କୌଣସି ପରିସ୍ଥିତିରେ ଇସ୍ତଫା ଦେବେ ନାହିଁ। ତାଙ୍କ ଦଳ ତେହେରିକ-ଇ-ଇନସାଫ (ପିଟିଆଇ) ଦଳ ଅବିଶ୍ୱାସ ଭୋଟ୍‌ରେ ବିଜୟୀ ହେବ। ଯଦି କେହି ଭାବନ୍ତି ଯେ, ସେ ଘରକୁ ଯିବେ, ତେବେ ସେ ଭୁଲ କରୁଛନ୍ତି।
ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ଏଥିପାଇଁ ହଜାର ହଜାର ଲୋକ ରାଲି ମଧ୍ୟ କରିଥିଲେ।
ସୂଚନାଯୋଗ୍ୟ,ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅବିଶ୍ୱାସ ପ୍ରସ୍ତାବକୁ ନେଇ ଭୋଟିଂ ହେବାର ଅଛି। ଅବିଶ୍ୱାସ ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟର-ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri