‘ଢେଲା ମାଡ଼ ପ୍ରମାଣିତ ହେଲେ ରାଜନୀତି ଛାଡିଦେବି, କମିଶନର ଚାକିରି ଛାଡିବେ କି’

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ ତଥା ନ୍ୟାୟ ପ୍ରଦାନ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମକୁ ପୋଲିସ ଦମନ କରିଥିଲା। ଏହି ଘଟଣାକୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଧାରଣସ୍ଥଳରେ ଢେଲା ମାଡ କରାଯାଇଥିବା ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାର ପ୍ରତିକ୍ରିୟାରେ ରବିବାର ବିଧାୟକ ତାରାପ୍ରସାଦ ବାହିନୀପତି ପାଲଟା ଜବାବ ରଖିଛନ୍ତି।

ବାହିନୀପତି କହିଛନ୍ତି, ଛାତ୍ର କଂଗ୍ରେସର ଆନ୍ଦୋଳନ ବେଳେ ଯଦି ଧାରଣାସ୍ଥଳରେ ଢେଲା ମାଡ କରାଯାଇଥିବା ପ୍ରମାଣିତ ହୁଏ। ମୁଁ ରାଜନୀତି ଛାଡି ଦେବି। କମିଶନର ଚାକିରି ଛାଡିବା ପାଇଁ ପ୍ରସ୍ତୁତ କି ଅବା ତାଙ୍କ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ସରକାର ମାଜିଷ୍ଟେଟ କିମ୍ବା ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଘଟଣାର ତଦନ୍ତ କରନ୍ତୁ। ପ୍ରମାଣ କରିଦେଲେ ବିଧାୟକ ପଦରୁ ଇସ୍ତଫା ଦେବି।

ମୁଖ୍ୟମନ୍ତ୍ରୀ ହକି ପୁରସ୍କାର ବାଣ୍ଟିବାକୁ ସେହି ବାଟ ଦେଇ ଗଲେ, ସ୍ବାସ୍ଥ୍ୟ କାର୍ଡ ବାଣ୍ଟିବାକୁ ଗଲେ। ଘଣ୍ଟ ବଜେଇ ବିଧାନସଭାକୁ ଡାକିଲୁ ହେଲେ ମୁଖ୍ୟମନ୍ତ୍ରୀ ଗୃହକୁ ଆସିଲେ ନାହିଁ। ଶେଷରେ ସେ ପୋଲିସ ଲଗାଇ ଶାନ୍ତିପୂର୍ଣ୍ଣ ଆନ୍ଦୋଳନକୁ ବର୍ବରତାର ସହ ଦମନ କଲେ। ଆନ୍ଦୋଳନରେ ଆଣ୍ଡା ମାରିବା ସତ୍ୟ, ଟୋମାଟ ମାରିବା ସତ୍ୟ କିନ୍ତୁ ଢେଲା ମରାଯାଇନାହିଁ। ବରଂ ପୋଲିସ କଂଗ୍ରେସ ଭବନରେ ପଶିବାର ଭିଡିଓ ପ୍ରମାଣ ରହିଛି। ଏହାକୁ ନେଇ ଆଗକୁ ପୋଲିସ କମିଶନର ଅଫିସ ଘେରାଉ ହେବ। ପ୍ରିୟଦର୍ଶୀ କ୍ଷମା ମାଗନ୍ତୁ ସେ କ୍ଷମା ନ ମାଗିବା ଯାଏଁ ପଛକୁ ହଟିବି ନାହିଁ ବୋଲି ବାହିନୀପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?