ବିଧାନସଭାରେ ଲୋକଙ୍କ ସମସ୍ୟା ନେଇ ପ୍ରଶ୍ନ ଉଠାଇବି, ପ୍ରତିଶ୍ରୁତି ଦେଲେ ବିଧାୟକ

କେସିଙ୍ଗା,୧୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚାଞ୍ଚେର ପଞ୍ଚାୟତର ଅମଠା ଗ୍ରାମକୁ ଭବାନୀପାଟଣା ବିଧାୟକ ସାଗର ଚରଣ ଦାଶ ଗୁରୁବାର ପରିଦର୍ଶନ କରିଛନ୍ତି। ଗତ ଜୁନ୍‌ରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। କିଡ୍‌ନୀ ରୋଗରେ ମୃତ୍ୟୁ ହୋଇଥିବା ତିନି ଜଣ ହେଲେ ହରି ମାଝି,ବନିତା ମାଝି,କୃତିବାସ ଯାନୀ। ଆଉ ତିନି ଜଣ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଥିବା ମଥୁରା ମାଝି,ଚିନ୍ତାମଣି ମାଝି ଓ ଦକ୍ଷ ଭାଟିଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ତୁରନ୍ତ ଚିକିତ୍ସା କରିବା ଆଲୋଚନା କରିବା ପାଇଁ ପୀଡ଼ିତ ପରିବାରଙ୍କୁ ବିଧାୟକ କହିଥିଲେ। ଉକ୍ତ ଗ୍ରାମରେ ପାନୀୟଜଳର ଘୋର ଅଭାବ ଯୋଗୁ ଲୋକମାନେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିବା ବିଧାନସଭାରେ ପ୍ରଶ୍ନ କରିବି ବୋଲି ବିଧାୟକ ପ୍ରକାଶ କରିଛନ୍ତି। ଗ୍ରାମରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ହୋଇ ଥିବା ପରିବାରଙ୍କ ଘରକୁ ପରିଦର୍ଶନ କରି ସାନ୍ତ୍ୱନା ଦେଇଥିଲେ। ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ରନ୍ଧା ଖାଦ୍ୟ ଦେଖିଥିଲେ। ଉକ୍ତ ଗ୍ରାମରେ ଥିବା ସମସ୍ତ ନଳକୂପ ଅଚଳ ହୋଇଛି। ଲୋକମାନେ ପାନୀୟଜଳ ନ ପାଇ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିବାରୁ ବିଧାୟକ ଘୋର ଅନୁତାପ କରିଥିଲେ। ଉକ୍ତ ଗ୍ରାମରେ ଥିବା ପୋଖରୀ ପାଣି ନାହିଁ। ଏ ସଂକ୍ରାନ୍ତରେ ବିଧାୟକ ସାଗର ଚରଣ ଦାଶଙ୍କୁ ପଚାରିବାରୁ ଆସନ୍ତା ୩ ମାସରେ ଯାହା ବି ସମସ୍ୟା ଅଛି ଦୂର ହେବ ଏବଂ ବିଧାନସଭାରେ ପ୍ରଶ୍ନ କରିବି ବୋଲି ପ୍ରକାଶ କରିଥିଲେ। ଏହି ପରିଦର୍ଶନ ବେଳେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର, କେସିଙ୍ଗା ଏନ୍‌ଏସିର ପୂର୍ବତନ କାଉନସିଲର ବିଜୟ ଦୀପ,ବୋରିଆ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦେବେନ୍ଦ୍ର ନାଏକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri