Posted inଜାତୀୟ

ପ୍ରମାଣିତ କଲେ ଇସ୍ତଫା ଦେବି: ମମତା

କୋଲକାତା,୨୦ା୪: ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଜାତୀୟ ଦଳ ମାନ୍ୟତା ହରାଇଛି। ନିକଟରେ ନିର୍ବାଚନ କମିଶନ ଏନେଇ ସମୀକ୍ଷା କରିବା ପରେ ଜାତୀୟ ଦଳ ମାନ୍ୟତା ପ୍ରତ୍ୟାହାର କରିଥିଲେ। ତେବେ ଜାତୀୟ ମାନ୍ୟତା ବଞ୍ଚାଇବା ପାଇଁ ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଫୋନ୍‌ କରି ସହାୟତା ଲୋଡ଼ିଥିଲେ ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସମାଲୋଚନା କରିଥିଲେ। ରାଜ୍ୟ ସଚିବାଳୟରେ ବୁଧବାର ଖବରଦାତାଙ୍କୁ ସମ୍ବୋଧିତ କରି ମମତା କହିଛନ୍ତି, ଶୁଭେନ୍ଦୁଙ୍କ କଥା ଶୁଣି ସେ ଆଶ୍ଚର୍ଯ୍ୟଚକିତ। ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କ ଘନିଷ୍ଠ ସହଯୋଗୀ ଥିବା ତଥା ବର୍ତ୍ତମାନର ଭାଜପା ନେତା ଶୁଭେନ୍ଦୁ ମିଛ କହୁଛନ୍ତି। ଶାହାଙ୍କୁ ସହାୟତା ମାଗିଥିବା ବିଷୟ ପ୍ରମାଣିତ କଲେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?