ଠିକ୍‌ ସମୟରେ ଠିକ୍‌ କଥା କହିବି: ବାବୁସାନ୍‌

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ବିବାଦରେ ଫସିଥିବା ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ଗୁରୁବାର ଘରର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି, ଠିକ୍‌ ସମୟରେ ଠିକ୍‌ କଥା କହିବି। ଏବେ ମୁଁ ମୋ’ ପରିବାର ସହ ଖୁସିରେ ଅଛି। ଅପରପକ୍ଷରେ ବାବୁସାନ୍‌ଙ୍କ ମା’ ଅପରାଜିତା ମହାନ୍ତି ମଧ୍ୟ କହିଛନ୍ତି, ଆମ ଦେହ ଭଲ ନାହିଁ। ସେ ସମସ୍ତ କଥା ଆପଣମାନଙ୍କୁ କହିବ। କିଛିଦିନ ସମୟ ଦିଅନ୍ତୁ। ଦେହ ଅସୁସ୍ଥ ଥିବାରୁ ଆଜି ବାବୁ କୌଣସି ପ୍ରତିକ୍ରିୟା  ଦେଇପାରିବନି। ଆଜି କୁଆଡ଼େ ଯିବାର ନାହିଁ ବୋଲି କହିଛନ୍ତି ଅପରାଜିତା। ଶେଷରେ ବାବୁସାନ୍‌ ସମସ୍ତଙ୍କୁ ଧନ୍ୟବାଦ ବି ଦେଇଥିଲେ।

ଚେନ୍ନାଇରୁ ଫେରିବା ପରେ ଆଜି ପ୍ରଥମ ଥର ଗଣମାଧ୍ୟମ ସାମ୍ନାକୁ ଆସିଥିଲେ ବାବୁସାନ୍‌। ଗତକାଲି ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଖାରବେଳନଗର ଥାନାରେ ବାବୁସାନ୍‌ଙ୍କ ନାଁରେ ସ୍ତ୍ରୀ ତୃପ୍ତି ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri