ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ କାର୍ଯ୍ୟ କରିବି: ପାଣ୍ଡିଆନ୍‌

ଭୁବନେଶ୍ୱର.୨୭।୧୧: ୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ କରିବି। ଆପଣମାନଙ୍କ ସହଯୋଗରେ ନିଷ୍ଠା, ନମ୍ରତା, ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ ସେବା କରିବି।
ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣ୍ଡିଆନ୍‌ଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ବାଗତ କରୁଛି। ସେ ଅନେକ ବର୍ଷ ହେବ ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳରେ ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ତାଙ୍କୁ ଶୂୁଭେଚ୍ଛା ଜଣାଉଛି।
ସୂଚନାଯୋଗ୍ୟ, ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍‌ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନ୍‌ଙ୍କୁ ଶଙ୍ଖ ବ୍ୟାଚ୍‌ ପିନ୍ଧାଇଥିଲେ। ବିଜେଡିରେ ମିଶିବା ପରେ ପାଣ୍ଡିଆନ୍‌ ଶଙ୍ଖ ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
ଗତ ଅକ୍ଟୋବର ୨୩ତାରିଖରେ ଭିକେ ପାଣ୍ଡିଆନ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ତାଙ୍କୁ ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri