୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆହେବି: କାର୍ତ୍ତିକ

ଭୁବନେଶ୍ୱର ୧୬ା୧୨(ଅନିଲ ଦାସ): ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ ହେବେ। ଆଉ ମୁଁ ମୁଖ୍ୟମନ୍ତ୍ରୀଙ୍କ ପଛରେ ୧୪୭ ନିର୍ବାଚନମଣ୍ଡଳୀରେ ଠିଆ ହେବି ବୋଲି କହିଛନ୍ତି ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।
ଭୁବନେଶ୍ୱରସ୍ଥିତ ବିଜେଡି ମୁଖ୍ୟାଳୟ ‘ଶଙ୍ଖଭବନ’ରେ ଶୁକ୍ରବାର ଆୟୋଜିତ ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ପାଣ୍ଡିଆନ ଉପରୋକ୍ତ ବକ୍ତବ୍ୟ ଦେଇ ସର୍ବଭାରତୀୟ ପ୍ରଶାସନିକ ସେବାରୁ ସ୍ବେଚ୍ଛାକୃତ ଅବସର ଓ ବିଜୁ ଜନତା ଦଳରେ ଯୋଗଦାନ ପ୍ରସଙ୍ଗରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ‘ମୁଁ ଦୁଇଟି ଆଶୀର୍ବାଦ ପାଇଛି। ଗୋଟିଏ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା ଓ ଅନ୍ୟଟି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇଛି ଓ ତାଙ୍କ ପ୍ରତି ମୁଁ ସମ୍ପୂର୍ଣ୍ଣ ସମର୍ପିତ। ମୁଁ ମୋର ଭବିଷ୍ୟତ ମହାପ୍ରଭୁ ଜଗନ୍ନାଥ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସମର୍ପଣ କରି ଦେଇଛି’ ବୋଲି ପାଣ୍ଡିଆନ ଦଳର କର୍ମୀ ଓ କର୍ମକର୍ତ୍ତାଙ୍କ ସମ୍ମୁଖରେ କହିଛନ୍ତି।
ଚାକିରିରୁ ସ୍ବେଚ୍ଛାକୃତ ଅବସର ପରେ ଅନେକେ ତାଙ୍କ ସମ୍ପର୍କରେ ଅତ୍ୟଧିକ ଉତ୍ସୁକତା ପ୍ରକାଶ କରିଛନ୍ତି। ସେ ନିର୍ବାଚନ ଲଢ଼ିବେ କି ନାହିଁ, ଯଦି ଲଢ଼ିବେ କେଉଁଠୁ ଲଢ଼ିବେ ତାକୁ ନେଇ ଚର୍ଚ୍ଚା ହେଉଛି। ତାଙ୍କୁ ମଧ୍ୟ ଅନେକେ ଏ ସମ୍ପର୍କରେ ପଚାରିଛନ୍ତି। ଦଳରେ ତାଙ୍କୁ କି ପଦ ମିଳିବ ତାକୁ ନେଇ ମଧ୍ୟ ଅନେକ ଆଲୋଚନା ଚାଲିଛି। କେହି କେହି ତାଙ୍କୁ ବିଭିନ୍ନ ନିର୍ବାଚନମଣ୍ଡଳୀରୁ ଲଢ଼ିବା ନିମନ୍ତେ ପ୍ରସ୍ତାବ ମଧ୍ୟ ଦେଇଛନ୍ତି। ଏ ସମ୍ପର୍କରେ ବିନମ୍ର ଭାବେ ଉତ୍ତର ଦେଇ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ‘ମୁଖ୍ୟମନ୍ତ୍ରୀଙ୍କ ନିକଟରେ କାମ କରିବାକୁ ସୌଭାଗ୍ୟ ମନେକରୁଛି। ବିଜୁ ଜନତା ଦଳକୁ ଅଧିକ ସୁଦୃଢ଼ କରି ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବାକୁ କାର୍ଯ୍ୟ କରିବି। ଏହି ପରିବାରରେ ମୁଁ ଓଡ଼ିଶା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କାର୍ଯ୍ୟ କରିବାର ପ୍ରତ୍ୟକ୍ଷ ସୁଯୋଗ ପାଇଛି। ଦଳର ଲକ୍ଷଲକ୍ଷ କର୍ମୀଙ୍କ ପାଇଁ କାମ କରିବାକୁ କେବେ ସୁଯୋଗ ମିଳି ନ ଥିଲା, ଏବେ ତାହା ମୋତେ ମିଳିଛି। ଏବେ ସରକାର ଓ ଲୋକଙ୍କ ସେବାରେ ଯେଉଁ ରୂପାନ୍ତରୀକରଣ ଆସିଛି, ତାହା ସୁଉଚ୍ଚ ହେବାର ପ୍ରତିଶ୍ରୁତି ଦେଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri