୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆହେବି: କାର୍ତ୍ତିକ

ଭୁବନେଶ୍ୱର ୧୬ା୧୨(ଅନିଲ ଦାସ): ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ ଠିଆ ହେବେ। ଆଉ ମୁଁ ମୁଖ୍ୟମନ୍ତ୍ରୀଙ୍କ ପଛରେ ୧୪୭ ନିର୍ବାଚନମଣ୍ଡଳୀରେ ଠିଆ ହେବି ବୋଲି କହିଛନ୍ତି ‘୫-ଟି’ ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।
ଭୁବନେଶ୍ୱରସ୍ଥିତ ବିଜେଡି ମୁଖ୍ୟାଳୟ ‘ଶଙ୍ଖଭବନ’ରେ ଶୁକ୍ରବାର ଆୟୋଜିତ ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ପାଣ୍ଡିଆନ ଉପରୋକ୍ତ ବକ୍ତବ୍ୟ ଦେଇ ସର୍ବଭାରତୀୟ ପ୍ରଶାସନିକ ସେବାରୁ ସ୍ବେଚ୍ଛାକୃତ ଅବସର ଓ ବିଜୁ ଜନତା ଦଳରେ ଯୋଗଦାନ ପ୍ରସଙ୍ଗରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ‘ମୁଁ ଦୁଇଟି ଆଶୀର୍ବାଦ ପାଇଛି। ଗୋଟିଏ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା ଓ ଅନ୍ୟଟି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇଛି ଓ ତାଙ୍କ ପ୍ରତି ମୁଁ ସମ୍ପୂର୍ଣ୍ଣ ସମର୍ପିତ। ମୁଁ ମୋର ଭବିଷ୍ୟତ ମହାପ୍ରଭୁ ଜଗନ୍ନାଥ ଓ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସମର୍ପଣ କରି ଦେଇଛି’ ବୋଲି ପାଣ୍ଡିଆନ ଦଳର କର୍ମୀ ଓ କର୍ମକର୍ତ୍ତାଙ୍କ ସମ୍ମୁଖରେ କହିଛନ୍ତି।
ଚାକିରିରୁ ସ୍ବେଚ୍ଛାକୃତ ଅବସର ପରେ ଅନେକେ ତାଙ୍କ ସମ୍ପର୍କରେ ଅତ୍ୟଧିକ ଉତ୍ସୁକତା ପ୍ରକାଶ କରିଛନ୍ତି। ସେ ନିର୍ବାଚନ ଲଢ଼ିବେ କି ନାହିଁ, ଯଦି ଲଢ଼ିବେ କେଉଁଠୁ ଲଢ଼ିବେ ତାକୁ ନେଇ ଚର୍ଚ୍ଚା ହେଉଛି। ତାଙ୍କୁ ମଧ୍ୟ ଅନେକେ ଏ ସମ୍ପର୍କରେ ପଚାରିଛନ୍ତି। ଦଳରେ ତାଙ୍କୁ କି ପଦ ମିଳିବ ତାକୁ ନେଇ ମଧ୍ୟ ଅନେକ ଆଲୋଚନା ଚାଲିଛି। କେହି କେହି ତାଙ୍କୁ ବିଭିନ୍ନ ନିର୍ବାଚନମଣ୍ଡଳୀରୁ ଲଢ଼ିବା ନିମନ୍ତେ ପ୍ରସ୍ତାବ ମଧ୍ୟ ଦେଇଛନ୍ତି। ଏ ସମ୍ପର୍କରେ ବିନମ୍ର ଭାବେ ଉତ୍ତର ଦେଇ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ‘ମୁଖ୍ୟମନ୍ତ୍ରୀଙ୍କ ନିକଟରେ କାମ କରିବାକୁ ସୌଭାଗ୍ୟ ମନେକରୁଛି। ବିଜୁ ଜନତା ଦଳକୁ ଅଧିକ ସୁଦୃଢ଼ କରି ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବାକୁ କାର୍ଯ୍ୟ କରିବି। ଏହି ପରିବାରରେ ମୁଁ ଓଡ଼ିଶା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କାର୍ଯ୍ୟ କରିବାର ପ୍ରତ୍ୟକ୍ଷ ସୁଯୋଗ ପାଇଛି। ଦଳର ଲକ୍ଷଲକ୍ଷ କର୍ମୀଙ୍କ ପାଇଁ କାମ କରିବାକୁ କେବେ ସୁଯୋଗ ମିଳି ନ ଥିଲା, ଏବେ ତାହା ମୋତେ ମିଳିଛି। ଏବେ ସରକାର ଓ ଲୋକଙ୍କ ସେବାରେ ଯେଉଁ ରୂପାନ୍ତରୀକରଣ ଆସିଛି, ତାହା ସୁଉଚ୍ଚ ହେବାର ପ୍ରତିଶ୍ରୁତି ଦେଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri