ମୋହନ ସରକାରଙ୍କ ବିରୋଧରେ ମୁଁ ଆନ୍ଦୋଳନକୁ ଓହ୍ଲାଇବି, ଗୃହରେ ଏମିତି କାହିଁକି କହିଲେ କେ.ଭି ସିଂଦେଓ

ଭୁବନେଶ୍ୱର,୨୭।୧୧:ବିଧାନସଭାର ଦ୍ୱିତୀୟ ଦିନରେ ଗୃହ ସରଗରମ ରହିଛି। ବୁଧବାର ଗନ୍ଧମାର୍ଦ୍ଦନ ପାହାଡ ଜମିକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ପୂର୍ବ ସରକାର ସମୟରେ ଗନ୍ଧମାର୍ଦ୍ଦନରୁ ବକ୍ସସାଇଟ ଖନନ ପାଇଁ ଅନୁମତି ଦିଆଯାଇଥିଲା, ତାହାକୁ ନେଇ ଜନ ଆନ୍ଦୋଳନ ଦେଖିବାକୁ ମିଳିଥିଲା । ଫଳରେ ସରକାର ଅନୁପତି ପ୍ରତ୍ୟାହାର କରିନେଇଥିଲେ । ଏବେ କିନ୍ତୁ ସରକାର ଗନ୍ଧମାର୍ଦ୍ଦନକୁ କମ୍ପାନୀ ହାତକୁ ଟେକି ଦେବାକୁ ଯାଉଛନ୍ତି । ଏଥିସହ ଗନ୍ଧମାର୍ଦ୍ଦନ ପାଦଦେଶରେ ଆଦାନୀ ଗ୍ରୁପକୁ ଜମି କିଣିବାକୁ ସରକାର ଅନୁମତି ଦେଇଛନ୍ତି କି ? ଗନ୍ଧମାର୍ଦ୍ଦନ ପାହାଡରୁ ବକ୍ସାଇଟ ଖନନ ପାଇଁ କାହାକୁ ଦେବାକୁ ଲକ୍ଷ୍ୟ ରଖାଯାଇଛି ସରକାର ସ୍ପଷ୍ଟ କରନ୍ତୁ ।

ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ କହିଛନ୍ତି , ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ । ହେଲେ ଗନ୍ଧମାର୍ଦ୍ଦନ ପାହାଡର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ । ଯଦି ମୋହନ ସରକାର ସେ କାମ କରନ୍ତି ତେବେ ମୁଁ ନିଜେ ଆନ୍ଦୋଳନରେ ସାମିଲ ହେବି ବୋଲି କେ.ଭି ସିଂଦେଓ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?