Posted inଜାତୀୟ

୨୦୨୪ରେ ବାମପନ୍ଥୀଙ୍କୁ କରିବି ସମର୍ଥନ: ଦେବଗୌଡ଼ା…

ବେଙ୍ଗାଲୁରୁ,୧୫।୪ : ଜନତା ଦଳ (ସେକୁଲାର) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବ ଗୌଡା କହିଛନ୍ତି, ସେ ୨୦୨୪ ଲୋକସଭା ନିର୍ବାଚନରେ ବାମପନ୍ଥୀ ଦଳ ସହ ଛିଡା ହେବେ। ବାମ ଦଳଙ୍କୁ ସମର୍ଥନ କରୁଥିବା ଲୋକଙ୍କୁ ଜେଡିଏସ ମଧ୍ୟ ସମର୍ଥନ କରିବ। ବେଙ୍ଗାଲୁରୁରେ ଖବରଦାତାଙ୍କ ସହିତ କଥାବାର୍ତ୍ତା ବେଳେ ଏଚଡି ଦେବ ଗୌଡା ଏହା କହିଛନ୍ତି। ବାମପନ୍ଥୀ ଦଳକୁ ସମର୍ଥନ କରି ସେ ସେମାନଙ୍କୁ ଏହି ଉପାୟରେ ଅନୁକମ୍ପା ଦେଖାଉଛନ୍ତି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

୧୯୯୬ ମସିହାରେ, ଯେତେବେଳେ ହଠାତ ଦେବ ଗୌଡା ଦେଶର ଏକାଦଶ ପ୍ରଧାନମନ୍ତ୍ରୀ ହୋଇଥିଲେ, ସେତେବେଳେ ସେ ମଧ୍ୟ ଏହା ବିଷୟରେ ଚିନ୍ତା କରି ନ ଥିଲେ। ସେ କହିଛନ୍ତି, ଯେତେବେଳେ ଅଟଳ ବିହାରୀ ବାଜପେୟୀଙ୍କ ସରକାରଙ୍କର ପତନ ହେଲା, ବାମପନ୍ଥୀ ନେତା ଜ୍ୟୋତି ବସୁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିଲେ କିନ୍ତୁ ଆଶ୍ଚର୍ଯ୍ୟର କଥା ସେ ପ୍ରଧାନମନ୍ତ୍ରୀ ପଦ ପାଇଲେ। ଜ୍ୟୋତି ବସୁ ହିଁ ଦେବ ଗୌଡାଙ୍କ ନାମ ପ୍ରସ୍ତାବ ଦେଇଥିଲେ।

ତେଣୁ ଦେବ ଗୌଡା ୨୦୨୪ରେ ବାମପନ୍ଥୀ ଦଳଙ୍କ ସହ ଠିଆ ହେବା କଥା କହୁଛନ୍ତି। ଏଭଳି କରି ହୁଏତ ସେ ତାଙ୍କ ପଦକ୍ଷେପ ଦ୍ୱାରା ବାମପନ୍ଥୀ ଦଳର ଅନୁଗ୍ରହ ଫେରସ୍ତ କରିବାକୁ ଚାହୁଁଥିବା ଚର୍ଚ୍ଚା ହେଉଛି।

ବର୍ତ୍ତମାନ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାୟ ଏକ ବର୍ଷ ବାକି ଅଛି। ଏଭଳି ପରିସ୍ଥିତିରେ ବିରୋଧୀ ଦଳ ଭାଜପା ବିରୋଧରେ ଏକ ମେଣ୍ଟ ଗଠନ କରିବାରେ ସକ୍ରିୟ ହୋଇଛନ୍ତି। ନିକଟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ନୂଆଦିଲ୍ଲୀରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଛନ୍ତି। ଏହା ବ୍ୟତୀତ ନୀତୀଶ କୁମାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟ ଭେଟିଥିଲେ। ଏହି ବୈଠକ ପରେ ବିରୋଧୀ ଦଳର ଆଲୋଚନା ପୁଣି ଜୋରଦାର ହୋଇଛି। ଆଦାନୀ-ହିଣ୍ଡନବର୍ଗ ମାମଲାରେ ବିରୋଧୀଦଳଙ୍କ ଦ୍ୱାରା ଜେପିସି ଗଠନ ଦାବି କରାଯାଉଛି ଏବଂ ଏହି ଦାବିରେ ବିରୋଧୀ ଦଳ ମଧ୍ୟ ଏକଜୁଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri