Posted inଜାତୀୟ

୨୦୨୪ରେ ବାମପନ୍ଥୀଙ୍କୁ କରିବି ସମର୍ଥନ: ଦେବଗୌଡ଼ା…

ବେଙ୍ଗାଲୁରୁ,୧୫।୪ : ଜନତା ଦଳ (ସେକୁଲାର) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବ ଗୌଡା କହିଛନ୍ତି, ସେ ୨୦୨୪ ଲୋକସଭା ନିର୍ବାଚନରେ ବାମପନ୍ଥୀ ଦଳ ସହ ଛିଡା ହେବେ। ବାମ ଦଳଙ୍କୁ ସମର୍ଥନ କରୁଥିବା ଲୋକଙ୍କୁ ଜେଡିଏସ ମଧ୍ୟ ସମର୍ଥନ କରିବ। ବେଙ୍ଗାଲୁରୁରେ ଖବରଦାତାଙ୍କ ସହିତ କଥାବାର୍ତ୍ତା ବେଳେ ଏଚଡି ଦେବ ଗୌଡା ଏହା କହିଛନ୍ତି। ବାମପନ୍ଥୀ ଦଳକୁ ସମର୍ଥନ କରି ସେ ସେମାନଙ୍କୁ ଏହି ଉପାୟରେ ଅନୁକମ୍ପା ଦେଖାଉଛନ୍ତି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

୧୯୯୬ ମସିହାରେ, ଯେତେବେଳେ ହଠାତ ଦେବ ଗୌଡା ଦେଶର ଏକାଦଶ ପ୍ରଧାନମନ୍ତ୍ରୀ ହୋଇଥିଲେ, ସେତେବେଳେ ସେ ମଧ୍ୟ ଏହା ବିଷୟରେ ଚିନ୍ତା କରି ନ ଥିଲେ। ସେ କହିଛନ୍ତି, ଯେତେବେଳେ ଅଟଳ ବିହାରୀ ବାଜପେୟୀଙ୍କ ସରକାରଙ୍କର ପତନ ହେଲା, ବାମପନ୍ଥୀ ନେତା ଜ୍ୟୋତି ବସୁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିଲେ କିନ୍ତୁ ଆଶ୍ଚର୍ଯ୍ୟର କଥା ସେ ପ୍ରଧାନମନ୍ତ୍ରୀ ପଦ ପାଇଲେ। ଜ୍ୟୋତି ବସୁ ହିଁ ଦେବ ଗୌଡାଙ୍କ ନାମ ପ୍ରସ୍ତାବ ଦେଇଥିଲେ।

ତେଣୁ ଦେବ ଗୌଡା ୨୦୨୪ରେ ବାମପନ୍ଥୀ ଦଳଙ୍କ ସହ ଠିଆ ହେବା କଥା କହୁଛନ୍ତି। ଏଭଳି କରି ହୁଏତ ସେ ତାଙ୍କ ପଦକ୍ଷେପ ଦ୍ୱାରା ବାମପନ୍ଥୀ ଦଳର ଅନୁଗ୍ରହ ଫେରସ୍ତ କରିବାକୁ ଚାହୁଁଥିବା ଚର୍ଚ୍ଚା ହେଉଛି।

ବର୍ତ୍ତମାନ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାୟ ଏକ ବର୍ଷ ବାକି ଅଛି। ଏଭଳି ପରିସ୍ଥିତିରେ ବିରୋଧୀ ଦଳ ଭାଜପା ବିରୋଧରେ ଏକ ମେଣ୍ଟ ଗଠନ କରିବାରେ ସକ୍ରିୟ ହୋଇଛନ୍ତି। ନିକଟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ନୂଆଦିଲ୍ଲୀରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଛନ୍ତି। ଏହା ବ୍ୟତୀତ ନୀତୀଶ କୁମାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟ ଭେଟିଥିଲେ। ଏହି ବୈଠକ ପରେ ବିରୋଧୀ ଦଳର ଆଲୋଚନା ପୁଣି ଜୋରଦାର ହୋଇଛି। ଆଦାନୀ-ହିଣ୍ଡନବର୍ଗ ମାମଲାରେ ବିରୋଧୀଦଳଙ୍କ ଦ୍ୱାରା ଜେପିସି ଗଠନ ଦାବି କରାଯାଉଛି ଏବଂ ଏହି ଦାବିରେ ବିରୋଧୀ ଦଳ ମଧ୍ୟ ଏକଜୁଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri