‘ଚାଷୀଙ୍କ ସମସ୍ୟାକୁ ଗୁରୁତ୍ୱ ଦେବି’

ସୋନପୁର,୧।୭: ସୁବର୍ଣ୍ଣପୁରର ୩୦ତମ ଜିଲାପାଳ ଭାବେ ଅବୋଲି ସୁନିଲ ନରଓ୍ବଣେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନରଓ୍ବଣେ ଏହା ପୂର୍ବରୁ ରାଉରକେଲାର ଅତିରିକ୍ତ ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ୨୦୧୫ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ନରଓ୍ବଣେ ପ୍ରଥମେ ବାଲେଶ୍ୱର ଜିଲାର ନୀଳଗିରି ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ମୟୂରଭଞ୍ଜ ଜିଲା ବାରିପଦା ଉପଜିଲାପାଳ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି।

ପ୍ରଥମ ଥର ଜିଲାପାଳ ଦାୟିତ୍ୱ ଗ୍ରହଣ କରିଥିବା ନରଓ୍ବଣେ କହିଥିଲେ, ସୁବର୍ଣ୍ଣପୁର ଏକ କୃଷି ପ୍ରଧାନ ଜିଲା। ଖରିଫ ଓ ରବିରେ ଅଧିକ ଧାନ ଉତ୍ପାଦନ ହୋଇଥାଏ। ତେଣୁ ଚାଷୀଙ୍କ ସମସ୍ୟା ସମାଧାନ କରିବାକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ଏଥିସହ ଗରିବ, ନିଷ୍ପେସିତ ଲୋକମାନେ କିଭଳି ସରକାରଙ୍କ ଜନହିତକର ଯୋଜନାର ଲାଭ ପାଇବେ ତାହା ସୁନିଶ୍ଚିତ କରିବାକୁ ଦୃଷ୍ଟି ଦେବେ। ବିଜୁଳି, ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ପଦକ୍ଷେପ ନେବେ। ମନ୍ଦିର ମାଳିନୀ, ସଂସ୍କୃତି ସମ୍ପନ୍ନ ଏହି ଜିଲାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବେ। ବୟନଶିଳ୍ପ ପାଇଁ ବିଶେଷ ଭାବେ ନାମ କରିଥିବା ଜିଲାର ବୁଣାକାରଙ୍କ ସମସ୍ୟାର ସମାଧାନ ସହ ଦେଶ ବିଦେଶରେ ପାଟଶାଢୀର ପ୍ରଚାର ପ୍ରସାର ପାଇଁ ଦୃଷ୍ଟି ଦେବେ ବୋଲି ନୂତନ ଜିଲାପାଳ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri