‘ପିପିଲି ବିକାଶ କଥା ନିଜେ ବୁଝିବି’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍‌ ସମୟରେ ଏହା ଠିକ୍‌ ହେବ ନାହିଁ। ମୋ ପାଇଁ କିଏ ବିପଦରେ ପଡୁ ଏହା ମୁଁ ଚାହେଁ ନାହିଁ। ସେଥିପାଇଁ ଭିଡିଓ କନ୍‌ଫରେନ୍ସରେ ଆପଣମାନଙ୍କୁ ଭେଟୁଛି। କରୋନା ଦୂର ହେବା ପରେ ମୁଁ ନିଜେ ପିପିଲି-ଡେଲାଙ୍ଗ ଯାଇ ଆପଣମାନଙ୍କୁ ଭେଟିବି। ପିପିଲି-ଡେଲାଙ୍ଗର ବିକାଶ କାମ ମୁଁ ନିଜେ ବୁଝିବି। ସୋମବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ନିଜ ଦଳର ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ପିପିଲି ଉପନିର୍ବାଚନ ପ୍ରଚାର କରି ଏକଥା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପିପିଲି-ଡେଲାଙ୍ଗ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଶ୍ରେଷ୍ଠ ଭକ୍ତ ଦାସିଆଙ୍କ ପବିତ୍ରଭୂମି। ମହାତ୍ମା ଗାନ୍ଧୀଙ୍କ ପଦଯାତ୍ରାର ସ୍ମୃତିରେ ପିପିଲି, ଡେଲାଙ୍ଗ ଧନ୍ୟହୋଇଛି। ଏହା କଳାର ଭୂମି। ପିପିଲି ଚାନ୍ଦୁଆ ଦେଶ ବିଦେଶରେ ଓଡ଼ିଶାର ସୁନାମ ଆଣିଛି। ଧନ୍ୟ ଏ ମାଟି, ଧନ୍ୟ ତା’ର ଇତିହାସ। ଏ ମାଟିକୁ ମୋର ପ୍ରଣାମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମଗ୍ର ରାଜ୍ୟ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶହେବର୍ଷ ପାଳନ କରୁଛି। ବେରବୋଇ ଆଶ୍ରମରେ ବାପୁ ୮ ଦିନ ରହିଥିଲେ। ଆଜି ପିପିଲି- ଡେଲାଙ୍ଗ ଯାଇଥିଲେ ମୁଁ ବହୁତ ଖୁସି ହୋଇଥାଆନ୍ତି। ଆପଣମାନଙ୍କର ମୋ ପ୍ରତି ବହୁତ ଭଲପାଇବା ରହିଛି।
ଆପଣଙ୍କ ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ଯୋଗୁ ଏ ଉପନିର୍ବାଚନ ହେଉଛି। ପିପିଲିର ଜନସାଧାରଣ ସବୁବେଳେ ବିଜୁ ଜନତା ଦଳ ସହିତ ରହି ଆସିଛନ୍ତି। ବିଜୁବାବୁଙ୍କ ପ୍ରତି ଓ ବିଜୁ ପରିବାର ପ୍ରତି ପିପିଲିବାସୀଙ୍କ ଭଲ ପାଇବା ରହିଛି। ଏପ୍ରିଲ ୧୭ରେ ବିଜୁବାବୁଙ୍କ ୨୩ତମ ଶ୍ରାଦ୍ଧ ପାଳନ ହେବ। ବିଜୁବାବୁ କେବଳ ଓଡ଼ିଶା ନୁହେଁ, ସାରା ଭାରତରେ ଅମୂଲ୍ୟ ରତ୍ନ। ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି। ଚାଷୀମାନଙ୍କର ବିକାଶ ହେଉ ଅବା ଗରିବ ଲୋକଙ୍କର କଲ୍ୟାଣ। ମା’ ମାନଙ୍କର ବିକାଶ ହେଉ ଅବା ଭିତ୍ତିଭୂମିର ବିକାଶ, ସବୁଥିରେ ଓଡ଼ିଶା ସାରା ଦେଶରେ ଆଗରେ ରହିଛି। ରାଜ୍ୟର ୭୦ ଲକ୍ଷ ମା’ମାନଙ୍କୁ ନେଇ ଗଠିତ ମିଶନ ଶକ୍ତି ବିକାଶର ସାରଥି ହୋଇଛି। ମା’ମାନଙ୍କ ସମୃଦ୍ଧି ହିଁ ପରିବାରର ସମୃଦ୍ଧି। ଆଜି ମା’ମାନେ ହେଉଛନ୍ତି ଗାଁ, ପଞ୍ଚାୟତ, ବ୍ଲକ ଆଦିରେ ଥିବା ସରକାରୀ ସମ୍ପତ୍ତିର ମାଲିକ। ମା’ମାନେ ବହୁ ସଂଖ୍ୟାରେ ଆସି ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ। କରୋନାକୁ ରୋକିବାକୁ ଓଡ଼ିଶା ମଧ୍ୟ ବହୁତ ଭଲ କାମ କରିଛି। କରୋନାର ଦ୍ୱିତୀୟ ଲହର ଭୟ ଏବେ ଦେଖାଦେଇଛି। ଆମକୁ ସତର୍କ ରହିବାକୁ ପଡ଼ିବ। କୋଭିଡ୍‌ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଘରୁ ବାହାରିଲେ ଠିକ୍‌ ଭାବେ ମାସ୍କ ପିନ୍ଧି ଯାଆନ୍ତୁ ବୋଲି ସେ କହିଛନ୍ତି। ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନବୀନ ମତଦାତାଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri