Posted inଜାତୀୟ

ଶେଷରେ ଆଖିବୁଜିଲେ ଗ୍ରୁପ୍‌ କ୍ୟାପ୍‌ଟେନ୍‌ ବରୁଣ ସିଂ

ବେଙ୍ଗାଲୁରୁ,୧୫।୧୨: ଭୟଙ୍କର ହେଲିକପ୍ଟର କ୍ରାଶ ଘଟଣାରେ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଶେଷରେ ଆଖି ବୁଜିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି। କ୍ରାସ୍‌ ସମୟରେ ତାଙ୍କ ଶରୀରର ୪୦% ଅଂଶ ପୋଡି ଯାଇଥିବା ବେଳେ ସେ ଲାଇଫ ସର୍ପୋଟ ସିଷ୍ଟମରେ ରହିଥିଲେ।
ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁର ଜିଲାରେ ସିଡିଏସ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ବିପିନ ରାୱତଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କେବଳ ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଜୀବିତ ଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲା। ବେଙ୍ଗାଲୁରୁର ସେନା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା।
ବରୁଣଙ୍କ ଘର ଉତ୍ତରପ୍ରଦେଶର ଦେଉରିଆରେ। ତାଙ୍କ ବାପା ଜଣେ ଅବସରପ୍ରାପ୍ତ କର୍ଣ୍ଣେଲ। ବରୁଣ ଗତ ଅଗଷ୍ଟ ମାସରେ ନିଜର ସାହସିକତା ପାଇଁ ସୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନିତ ହୋଇଥିଲେ। ମିଡ ଏୟାର ଇମର୍ଜେନ୍ସି ସତ୍ତ୍ୱେ ଗତ ବର୍ଷ ସେ ତେଜସ ଫାଇଟର ଜେଟକୁ ସୁରକ୍ଷିତ ଭାବେ ଅବତରଣ କରି ଦୁର୍ଘଟଣାକୁ ଏଡାଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri