ଆଇଏପି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୬।୭: ମାଓବାଦୀ ଉପଦ୍ରୁତ ଆଦିବାସୀ ତଥା ପଛୁଆ ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ସମନ୍ବିତ କାର୍ଯ୍ୟକ୍ରମ ଯୋଜନା ବା ଇଣ୍ଟିଗ୍ରେଟେଡ ଆକ୍ସନ ପ୍ଲାନ (ଆଇଏପି) ଇତିମଧ୍ୟରେ ବନ୍ଦ ହୋଇଯାଇଛି। ତେବେ ଏହି ଯୋଜନାରେ ଯାଜପୁର ଜିଲାରେ ଆବଣ୍ଟିତ ବିପୁଳ ପରିମାଣ ଅର୍ଥର ଅନିୟମିତତା ଅଭିଯୋଗର ୫ ବର୍ଷ ପରେ ତଦନ୍ତ ନିର୍ଦ୍ଦେଶ ହୋଇଛି। ବୁଧବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ରାଜ୍ୟ ସରକାରଙ୍କ ଯୁଗ୍ମ ସଚିବ ଅକ୍ଷୟ କୁମାର ତ୍ରିପାଠୀଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନା ଅନୁଯାୟୀ, ୨୦୧୬ ଜୁଲାଇ ୨୭ରେ ଆଇନଜୀବୀ ଉଦୟନାଥ ସାହୁ ଆଇଏପି ପାଣ୍ଠିର ଦୁରୁପଯୋଗ ହୋଇଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହ, ଅର୍ଥ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ତାଙ୍କ ଅଭିଯୋଗରେ ଦର୍ଶାଇଥିଲେ, ଆଇଏପି ପାଣ୍ଠିର ଯଦି ଠିକ୍‌ ବିନିଯୋଗ କରାଯାଇଥାନ୍ତା, ତେବେ ନଗଡ଼ା ପରି ଅଞ୍ଚଳ ଅବହେଳିତ ହୋଇ ପଡ଼ି ରହି ନ ଥାଆନ୍ତା। ସେଠାକାର ଜୁଆଙ୍ଗମାନଙ୍କ କରୁଣ ଓ ବିକଳ ଚିତ୍ର ହୁଏତ ଦେଖିବାକୁ ମିଳି ନ ଥାଆନ୍ତା। ସେତେବେଳେ ୪ ଆର୍ଥିକ ବର୍ଷରେ ଯାଜପୁର ଜିଲାକୁ ଆଇଏପିରେ ୧୧୭ କୋଟି ୨୮ ଲକ୍ଷ ୨୩ ହଜାର ଟଙ୍କାର ଅନୁଦାନ ଆସିଥିଲା। ଏହି ଅନୁଦାନର ୬୫% ଅର୍ଥ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବ୍ୟୟ କରିବାକୁ ନିର୍ଦ୍ଦିଷ୍ଟ ଭାବେ ନିର୍ଦ୍ଦେଶ ରହିଥିଲା। ମାତ୍ର ଜିଲା ପ୍ରଶାସନ ତାହାକୁ ଅମାନ୍ୟ କରି ଯୋଜନାର ଅର୍ଥକୁ ଅଣବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବ୍ୟୟ କରି ଦିଆଯାଇଥିଲା। ସେତେବେଳେ ଜିଲାର କେବଳ ସୁକିନ୍ଦା ଓ ଦାନଗଦୀ ବ୍ଲକ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରହିଥିଲା । କିନ୍ତୁ ଏହି ଅନୁଦାନରୁ ସୁକିନ୍ଦା ବ୍ଲକରେ ମାତ୍ର ୨୬ କୋଟି ୪ ଲକ୍ଷ ୫ ହଜାର ଟଙ୍କା ଏବଂ ଦାନଗଦୀ ବ୍ଲକରେ ମାତ୍ର ୧୯ କୋଟି ୪ ଲକ୍ଷ ୨୧ ହଜାର ଟଙ୍କା ବ୍ୟୟ କରି ଅବଶିଷ୍ଟ ୬୧.୫୪% ଅର୍ଥ ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରେ ମନଇଚ୍ଛା ଖର୍ଚ୍ଚ ହୋଇଥିଲା।
କେନ୍ଦ୍ରୀୟ ଅନୁଦାନର ଦୁରୁପଯୋଗ ହୋଇଥିବା ଦୃଷ୍ଟିରୁ ଏହାର ତଦନ୍ତ ସିବିଆଇ ପରି କୌଣସି ଏକ ଜାତୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା କରାଇବାକୁ ଆଇନଜୀବୀ ସାହୁ ଦରଖାସ୍ତ ମାଧ୍ୟମରେ ଦାବି କରିଥିଲେ। ଅନ୍ୟପକ୍ଷେ ସେହି ଅଭିଯୋଗର ଏକକିତା ନକଲ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ। ସେ ସଂକ୍ରାନ୍ତରେ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି, ଏଯାଏଁ ତାଙ୍କୁ କୌଣସି ସୂଚନା ମିଳି ନ ଥିବା ଆଇନଜୀବୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri