Posted inଜାତୀୟ

ଦ୍ୱିତୀୟ ବିବାହ କଲେ ଆଇଏଏସ ଅଥର ଅମିର

ଶ୍ରୀନଗର, ୩।୧୦: ଶ୍ରୀନଗର ମ୍ୟୁନିସିପାଲିଟି କର୍ପୋରେସନର କମିଶନର ତଥା ୟୁପିଏସସି ଟପ୍ପର ଟିନା ଡାବିଙ୍କ ପୂର୍ବତନ ସ୍ବାମୀ ଆଇଏଏସ ଅଥର ଅମିର ଖାନ ଦ୍ୱିତୀୟ ବିବାହ କରିଛନ୍ତି। ଅମିର ଡା. ମେହେରିନ କାଜିଙ୍କୁ ବିବାହ କରିଛନ୍ତି। ସୋସିଆଲ ମିଡିଆରେ ଅଥର ତାଙ୍କ ବିବାହର ଭିଡିଓ ଶେୟାର କରିଛନ୍ତି। ଅଥରଙ୍କୁ ଏକ ଧଳା ଶେରୱାନିରେ ଦେଖାଯାଇଥିବାବେଳେ ମେହେରିନଙ୍କୁ ଲେହେଙ୍ଗାରେ ଦେଖିବାକୁ ମିଳିଥିଲା।
ଉଭୟଙ୍କ ଗତ ଜୁଲାଇ ମାସରେ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଅକ୍ଟୋବର ୧ରେ ଦୁହେଁ ବିବାହ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ଫଟୋ ଶେୟାର କରିଛନ୍ତି।
ମେହେରିନ କାଜ ରାଜୀବ ଗାନ୍ଧୀ କର୍କଟ ପ୍ରତିଷ୍ଠାନ ଏବଂ ଅନୁସନ୍ଧାନ କେନ୍ଦ୍ରରେ କାର୍ଯ୍ୟ କରୁଛନ୍ତି। ସେ ଫ୍ୟାଶନ ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ଇନଷ୍ଟାଗ୍ରାମରେ ମେହେରିନଙ୍କ ୩.୫ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି।
ଅଥର ପୂର୍ବରୁ ୨୦୧୫ ୟୁପିଏସ୍‌ସି ଟପର ଟିନା ଡାବିଙ୍କୁ ବିବାହ କରିଥିଲେ। ଅଥର ମଧ୍ୟ ସେହି ବର୍ଷ ୟୁପିଏସ୍‌ସିରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ। କିନ୍ତୁ ବିବାହର ବର୍ଷେ ପରେ ଉଭୟଙ୍କ ମଧ୍ୟରେ ଛାଡପତ୍ର ହୋଇଥିଲା। ଗତ କିଛି ଦିନ ତଳେ ଟିନା ଡାବି ଆଇଏଏସ୍‌ ପ୍ରଦୀପ ଗଓ୍ବାଣ୍ଡେଙ୍କୁ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri