Posted inଜାତୀୟ

IAS କୋଚିଂ ସେଣ୍ଟର ମୃତ୍ୟୁ ଘଟଣା: ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ,୨।୮: ଦିଲ୍ଲୀ ରାଜେନ୍ଦ୍ର ନଗର ଆଇଏଏସ କୋଚିଂ ସେଣ୍ଟରରେ ତିନି ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ ସିବିଆଇ। ଆଜି ଦିଲ୍ଲୀ ହାଇକୋର୍ଟ ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରିଛନ୍ତି। ହାଇକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଛନ୍ତି।

କୋଚିଂ ସେଣ୍ଟରରେ 3 ଛାତ୍ରଛାତ୍ରୀଙ୍କ ମୃତ୍ୟୁକୁ ନେଇ ଯେପରି ସର୍ବସାଧାରଣଙ୍କର କୌଣସି ସନ୍ଦେହ ନ ରହିବ, ସେଥିପାଇଁ ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରାଯାଉଛି ବୋଲି ଖଣ୍ଡପୀଠ କହିଛନ୍ତି। ଏଥିସହ ସିବିଆଇ ତଦାରଖ ପାଇଁ ଜଣେ ଅଧିକାରୀଙ୍କୁ ମନୋନୀତ କରିବାକୁ ହାଇକୋର୍ଟ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (CVC)କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଶୁଣାଣି ସମୟରେ ଦିଲ୍ଲୀ ପୋଲିସ ଏବଂ ମ୍ୟୁନିସିପାଲ କର୍ପୋରେସନର ଅବହେଳା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି ଅଦାଲଚତ। କୋଚିଂ ସେଣ୍ଟର ବେସମେଣ୍ଟରେ ପାଣି ପଶିଯିବାକୁ ନେଇ ଦିଲ୍ଲୀ ପୁଲିସ ଜଣେ ଏସୟୁଭି ଡ୍ରାଇଭରଙ୍କୁ ଗିରଫ କରିଥିଲା। ଏହାକୁ ନେଇ ଦିଲ୍ଲୀ ପୁଲିସକୁ କଡା ଭର୍ସନା କରିଛନ୍ତି ହାଇକୋର୍ଟ। ଯଦି ଡ୍ରାଇଭରଙ୍କୁ ଗିରଫ କଲ, ତେବେ ଡ୍ରେନ ପାଣି ବିରୁଦ୍ଧରେ ଚାଲାଣ କାଟିଲନି ବୋଲି ତାଚ୍ଛଲ୍ୟ କରି କହିଛନ୍ତି କୋର୍ଟ। କୋର୍ଟ ଆହୁରି କହିଛନ୍ତି ଯେ, ପୋଲିସ ଯେଉଁମାନେ ଦୋଷୀ ସେମାନଙ୍କୁ ଛାଡି ଅନ୍ୟମାନଙ୍କୁ ଅଯଥାରେ ନ୍ୟାୟିକ ପ୍ରକ୍ରିୟାକୁ ଟାଣୁଛି। ସେହିପରି ବନ୍ୟା ଜଳ କାହିଁକି ନିଷ୍କାସନ ହୋଇ ପାରୁନାହିଁ ବୋଲି ଦିଲ୍ଲୀ ମ୍ୟୁନିସିପାଲକୁ ମଧ୍ୟ ପ୍ରଶ୍ନ କରିଛନ୍ତି କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri