Posted inଜାତୀୟ

IAS କୋଚିଂ ସେଣ୍ଟର ମୃତ୍ୟୁ ଘଟଣା: ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ,୨।୮: ଦିଲ୍ଲୀ ରାଜେନ୍ଦ୍ର ନଗର ଆଇଏଏସ କୋଚିଂ ସେଣ୍ଟରରେ ତିନି ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ ସିବିଆଇ। ଆଜି ଦିଲ୍ଲୀ ହାଇକୋର୍ଟ ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରିଛନ୍ତି। ହାଇକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ଏହି ନିଷ୍ପତ୍ତି ଶୁଣାଇଛନ୍ତି।

କୋଚିଂ ସେଣ୍ଟରରେ 3 ଛାତ୍ରଛାତ୍ରୀଙ୍କ ମୃତ୍ୟୁକୁ ନେଇ ଯେପରି ସର୍ବସାଧାରଣଙ୍କର କୌଣସି ସନ୍ଦେହ ନ ରହିବ, ସେଥିପାଇଁ ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରାଯାଉଛି ବୋଲି ଖଣ୍ଡପୀଠ କହିଛନ୍ତି। ଏଥିସହ ସିବିଆଇ ତଦାରଖ ପାଇଁ ଜଣେ ଅଧିକାରୀଙ୍କୁ ମନୋନୀତ କରିବାକୁ ହାଇକୋର୍ଟ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (CVC)କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଶୁଣାଣି ସମୟରେ ଦିଲ୍ଲୀ ପୋଲିସ ଏବଂ ମ୍ୟୁନିସିପାଲ କର୍ପୋରେସନର ଅବହେଳା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି ଅଦାଲଚତ। କୋଚିଂ ସେଣ୍ଟର ବେସମେଣ୍ଟରେ ପାଣି ପଶିଯିବାକୁ ନେଇ ଦିଲ୍ଲୀ ପୁଲିସ ଜଣେ ଏସୟୁଭି ଡ୍ରାଇଭରଙ୍କୁ ଗିରଫ କରିଥିଲା। ଏହାକୁ ନେଇ ଦିଲ୍ଲୀ ପୁଲିସକୁ କଡା ଭର୍ସନା କରିଛନ୍ତି ହାଇକୋର୍ଟ। ଯଦି ଡ୍ରାଇଭରଙ୍କୁ ଗିରଫ କଲ, ତେବେ ଡ୍ରେନ ପାଣି ବିରୁଦ୍ଧରେ ଚାଲାଣ କାଟିଲନି ବୋଲି ତାଚ୍ଛଲ୍ୟ କରି କହିଛନ୍ତି କୋର୍ଟ। କୋର୍ଟ ଆହୁରି କହିଛନ୍ତି ଯେ, ପୋଲିସ ଯେଉଁମାନେ ଦୋଷୀ ସେମାନଙ୍କୁ ଛାଡି ଅନ୍ୟମାନଙ୍କୁ ଅଯଥାରେ ନ୍ୟାୟିକ ପ୍ରକ୍ରିୟାକୁ ଟାଣୁଛି। ସେହିପରି ବନ୍ୟା ଜଳ କାହିଁକି ନିଷ୍କାସନ ହୋଇ ପାରୁନାହିଁ ବୋଲି ଦିଲ୍ଲୀ ମ୍ୟୁନିସିପାଲକୁ ମଧ୍ୟ ପ୍ରଶ୍ନ କରିଛନ୍ତି କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri