IAS ଧୀମାନ ଚକ୍‌ମାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ,୨୪।୭: କଳାହାଣ୍ଡି ଜିଲା ଧର୍ମଗଡ଼ ଉପ-ଜିଲାପାଳ ଧୀମାନ ଚକ୍‌ମାଙ୍କୁ ଗୁରୁବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଫଳରେ IAS ଚକ୍‌ମାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ IAS ଚକ୍‌ମାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।

ସୂଚନା ଯୋଗ୍ୟ, ୨୦୨୧ ବ୍ୟାଚ୍‌ ଆଇଏଏସ ତଥା ଧର୍ମଗଡ଼ ଉପ-ଜିଲାପାଳ ଧୀମାନ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ।

ଘଟଣା ଅନୁଯାୟୀ, ଅଭିଯୁକ୍ତ ଉପ-ଜିଲାପାଳ ଅଭିଯୋଗକାରୀଙ୍କୁ ତାଙ୍କ ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ ଡାକି ଲାଞ୍ଚ ଟଙ୍କା ଗ୍ରହଣ କରିଥିଲେ। ସେ ନିଜ ହାତରେ ଟଙ୍କା ସବୁ ଯାଞ୍ଚ କରି ତାଙ୍କ ବାସଭବନର ଅଫିସ ଟେବୁଲ ଡ୍ରୟରରେ ରଖିଥିଲେ। ତାଙ୍କ ଉଭୟ ହାତ ଧୋଇବା ଏବଂ ଟେବୁଲ ଡ୍ରୟାର ଧୋଇବା ପରେ ରାସାୟନିକ ପରୀକ୍ଷାରେ ସକାରାତ୍ମକ ଫଳାଫଳ ମିଳିଥିଲା। ପରେ, ତାଙ୍କ ସରକାରୀ ବାସଭବନରେ ଯାଞ୍ଚ ବେଳେ ଅତିରିକ୍ତ ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା। ଏହି ସଂକ୍ରାନ୍ତରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri