Posted inରାଜ୍ୟ

ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର

ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍‌ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା।

ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍‌ରେ ଅନେକ ଆଇଏଏସ୍‌ ରହିଥିଲେ। ବରିଷ୍ଠ ଦୃଷ୍ଟିରୁ ୧୯୯୧ ବ୍ୟାଚ୍‌ର ଆଇଏଏସ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଗରେ ରହିଥିଲେ। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାଁକୁ ନେଇ ବି ଚର୍ଚ୍ଚା ଲାଗି ରହିଥିଲା। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ସରକାର ଏଥିରେ ପୂର୍ଣ୍ଣଚ୍ଛେଦ ପାକାଇଛନ୍ତି । ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri