Posted inରାଜ୍ୟ

IAS ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ୱର,୨ା୬: ଓଡ଼ିଶାରେ ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଏବଂ ନାଗରିକ ପଞ୍ଜୀକରଣ ନିର୍ଦ୍ଦେଶକ (ଡିସିଆର) ଭାବେ ଆଇଏଏସ ଅଧିକାରୀ ନିଖିଳ ପବନ କଲ୍ୟାଣଙ୍କୁ ନିଯୁକ୍ତ କରାଯାଇଛି। କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବଙ୍କୁ ପଠାଯାଇଥିବା ଏକ ଚିଠି ଅନୁସାରେ, କଲ୍ୟାଣ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବା ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ଏହି ଦାୟିତ୍ୱ ନିର୍ବାହ କରିବେ।

ନିଖିଳ ପବନ କଲ୍ୟାଣ(ଓଡିଶା କ୍ୟାଡର-୨୦୧୨)ର ଜଣେ ଅଭିଜ୍ଞ ଆଇଏଏସ ଅଧିକାରୀ ଭାବେ ପରିଚିତ ଏବଂ ତାଙ୍କ ନେତୃତ୍ୱରେ ଓଡ଼ିଶାରେ ଜନଗଣନା ଏବଂ ନାଗରିକ ପଞ୍ଜୀକରଣ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ ହେବ ବୋଲି ଆଶା କରାଯାଉଛି।

ବର୍ତମାନ କଲ୍ୟାଣ ବର୍ତ୍ତମାନ ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଉଦ୍ୟାନକୃଷି ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବତନ ଜନଗଣନା ନିର୍ଦ୍ଦେଶକ ଉଦୟ ନାରାୟଣ ଦାସଙ୍କୁ ଗତ ମେ ମାସରେ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତ କରିବା ପରେ ଏହି ପଦବୀ ଖାଲି ହୋଇ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri