ଗଞ୍ଜାମରେ ଆଇଏଏସ୍‌, ଓଏଏସ୍‌ ଅଧିକାରୀଙ୍କୁ କାଉନ୍‌ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍‌, ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ କରୁଥିବାବେଳେ ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନାରେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏଥିପାଇଁ ବରିଷ୍ଠ ଅଧିକାରୀମାନେ ସର୍ବଦା ମାନସିକ ଚାପରେ ରହୁଛନ୍ତି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର ମନସ୍ତତ୍ତ୍ୱ ବିଭାଗର ପ୍ରଫେସର ଡକ୍ଟର ଏସ୍‌ପି କେ ଜେନା ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏମାନଙ୍କର କାଉନସିଲିଂ କରିଛନ୍ତି। କୋଭିଡ-୧୯ ସମୟରେ ମାନସିକ ଚାପରୁ କିଭଳି ରକ୍ଷା ପାଇବେ ଏବଂ କୋଭିଡ୍‌ ପରିଚାଳନା ଠିକ୍‌ ଭାବେ ତ୍ୱରାନ୍ବିତ ହେବ ସେ ଉପରେ ପ୍ରଫେସର ଜେନା ବୁଝାଇଛନ୍ତି। ଏଥିସହ ଆଚରଣ ଓ ବ୍ୟବହାରରେ ପରିବର୍ତ୍ତନ ଓ ପରିଚାଳନା ଉପରେ ଆଲୋଚନା ମଧ୍ୟ ହୋଇଛି। ଏହି ଅଧିବେଶନ ସଫଳ ହୋଇଥିବା ଜ଼ିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri