Posted inଫୁରସତ

୩ ଫୁଟ ଉଚ୍ଚତାକୁ ନେଇ ପରିହାସ କରୁଥିଲେ ଲୋକେ: ଆଇଏଏସ୍‌ ଅଫିସର ହେବା ପରେ କଲାମ କରିଥିଲେ ପ୍ରଶଂସା

ଦୃଢ଼ ଆତ୍ମବିଶ୍ୱାସ ସଫଳତାର ଚାବିକାଠି। ମନୋବଳ ଥିଲେ ମଣିଷ ଆକାଶ ଛୁଇଁପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ଆଇଏଏସ୍‌ ଅଫିସର ଆରତି ଡୋଗରା। ସେ ରାଜସ୍ଥାନ କ୍ୟାଡରର ଆଇଏଏସ୍‌ ଅଫିସର ହୋଇଥିବା ବେଳେ ଆଜିକାଲି ତାଙ୍କ ଚର୍ଚ୍ଚା ସବୁଆଡେ ହେଉଛି। କାରଣ କରୋନା କାଳରେ ସେ ଯେଉଁଭଳି ଭାବେ ଲୋକଙ୍କ ପାଇଁ କାମ କରୁଛନ୍ତି, ତାହାର ସମସ୍ତେ ପ୍ରଶଂସା କରୁଛନ୍ତି।

ଆରତୀ ପାଠପଢ଼ା ସାଙ୍ଗକୁ ଖେଳକୁଦରେ ବେଶ ଭଲ ଥିଲେ। ସେ ଘୋଡ଼ାଚଢ଼ା ଶିଖିଛନ୍ତି। ଦିଲ୍ଲୀର ପ୍ରତିଷ୍ଠିତ ଲେଡି ଶ୍ରୀରାମ କଲେଜରୁ ସେ ଇକୋନୋମିକ୍ସରେ ଗ୍ରାଜୁଏଶନ୍‌ ସାରିଛନ୍ତି। ସେ ଛାତ୍ର ରାଜନୀତି ସହ ସଶ୍ଳିଷ୍ଟ ଥିଲେ। ସେ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ମଧ୍ୟ ହୋଇଥିଲେ।

ଜଣେ ଆଇଏଏସ୍‌ ଅଫିସରଙ୍କଠାରୁ ପ୍ରେରଣା ପାଇ ସେ ପ୍ରଶାସନିକ ସେବାରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ। ୨୦୦୬ରେ ପ୍ରଥମ ଥରରେ ହିଁ ସେ ବାଜିମାତ୍‌ କରିଥିଲେ।

ଏସବୁ ମଧ୍ୟରେ ଆରତିଙ୍କ ଆହୁରି କିଛି ସ୍ବତନ୍ତ୍ର କରିଛି, ତାହା ହେଲା ତାଙ୍କର ଉଚ୍ଚତା। ଆରତିଙ୍କ ଉଚ୍ଚତା ମାତ୍ର ୩ ଫୁଟ ୬ ଇଞ୍ଚ। ଏହାକୁ ନେଇ ତାଙ୍କୁ ଲୋକମାନେ କଟାକ୍ଷ କରୁଥିଲେ । ହେଲେ ଆଇଏଏସ୍‌ ହେବା ପରେ ସେ ଅନେକଙ୍କ ପାଇଁ ଉଦାହରଣ ପାଲଟିଥିଲେ। ତାଙ୍କୁ ନିଷ୍ଠାପର ସେବା ପାଇଁ ଅନେକ ରାଷ୍ଟ୍ରୀୟ ପୁରସ୍କାର ମିଳିସାରିଛି। ପୂର୍ବ ରାଷ୍ଟ୍ରପତି ଅବ୍‌ଦୁଲ କଲାମ ମଧ୍ୟ ତାଙ୍କ କାମର ପ୍ରଶଂସା କରିଛନ୍ତି। ଏବେ କରୋନା କାଳରେ ସେ ଉଲ୍ଲେଖନୀୟ କାମ କରି ପ୍ରଶଂସାର ପାତ୍ର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri