Posted inଜାତୀୟ

ପୋଷା କୁକୁର ବୁଲାଇବାକୁ ଷ୍ଟାଡିୟମ ଖାଲି କରିଥିବା ଆଇଏଏସ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, ବାଧ୍ୟତାମୂଳକ ଅବସର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୭।୯: ରାଜଧାନୀ ଦିଲ୍ଲୀରେ ଗତ ବର୍ଷ ଏକ ଆଇଏଏସ୍‌ ଦମ୍ପତ୍ତି ନିଜର ପୋଷା କୁକୁର ବୁଲାଇବାକୁ ପୁରା ଷ୍ଟାଡିୟମ ଖାଲି କରୁଥିବା ମାମଲା ବେଶ ଚର୍ଚ୍ଚାରେ ରହିଥିଲା। ଏହା ସାମ୍ନାକୁ ଆସିବା ପରେ କାର୍ଯ୍ୟାନୁଷ୍ଠାନସ୍ବରୂପ ଦମ୍ପତ୍ତିଙ୍କୁ ଅନ୍ୟତ୍ର ଟ୍ରାନ୍ସଫର କରିଦିଆଯାଇଥିଲା। ହେଲେ ଏବେ ସେମାନଙ୍କ ମଧ୍ୟରୁ ଜଣଙ୍କୁ କେନ୍ଦ୍ର ସରକାର ସମୟ ଥାଇ ସେବାନିବୃତ ଅର୍ଥାତ୍ ବାଧ୍ୟତାମୂଳକ ଅବସର ଦେଇଛନ୍ତି।

ଦିଲ୍ଲୀର ଏହି ଘଟଣାରେ ଆଇଏଏସ୍‌ ଅଫିସର ରିଙ୍କୁ ଦୁଗ୍ଗାଙ୍କୁ ଅରୁଣାଚଳ ପ୍ରଦେଶ ଟ୍ରାନ୍ସଫର କରାଯାଇଥିଲା। ସେଠାରେ ତାଙ୍କର ଚାକିରି କାଳର ରେକର୍ଡକୁ ଦେଖି ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ତାଙ୍କ ସ୍ବାମୀ ଆଇଏଏସ୍‌ ଅଫିସର ସଞ୍ଜିବ ଖିରବାର ଏବେ ଲଦାଖରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଆଇଏଏସ୍‌ ଅଫିସର ରିଙ୍କୁ ଏବଂ ସ୍ବାମୀ ସଞ୍ଜିବ ଦିଲ୍ଲୀରେ ନିଯୁକ୍ତି ପାଇଥିଲେ। ସେଠାରେ ସେମାନେ ତ୍ୟାଗରାଜ ଷ୍ଟାଡିୟମରେ ବୁଲିବାକୁ ଯାଉଥିଲେ। ଯେଉଁ ସମୟରେ ସେମାନେ ଷ୍ଟାଡିୟମରେ ଉପସ୍ଥିତ ରହୁଥିଲେ, ଏହାକୁ ଖାଲି କରାଯାଉଥିଲା। ଏପରିକି ସମସ୍ତ ଖେଳର ଆୟୋଜନ ବନ୍ଦ କରିଦିଆଯାଉଥିଲା। ଏହାର ଭିଡିଓ ଭାଇରାଲ ହେବା ପରେ କେନ୍ଦ୍ର ସରକାରଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri